ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

0

ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକରେ ପଦବୀ ଖାଲି ପଡିଛି। ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି ।

Leave A Reply

Your email address will not be published.