ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

କାର୍‌ରୁ ୧୩୦ କିଲୋ ଗଞ୍ଜେଇ ଜବତ

0

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲୁହୂରବାଲି ଗାଁର ଉମେଶ ଚନ୍ଦ୍ର ଦିଗାଲ ଏବଂ ରାଜେଶ କୁମାର ଦିଗାଲ।

ସୂଚନା ଅନୁସାରେ, ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଫିରିଙ୍ଗିଆ ପୋଲିସକୁ କୌଣସି ସୂତ୍ରରୁ ଖବର ମିଳିଥିଲା। ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଥାନାରେ କାର୍ଯ୍ୟରତ ଏସଆଇ ଦୀପକ କୁମାର ରାଉତଙ୍କ ନେତୃତ୍ୱରେ ଏକ ଟିମ୍ ଫୁଲବାଣୀ ବାଲିଗୁଡ଼ା ରାସ୍ତାର ବାଲି କିଡାଡି ଛକ ନିକଟରେ ଜଗି ରହିଥିଲେ।

ସମ୍ପୃକ୍ତ କାରଟି ସେହି ରାସ୍ତା ଦେଇ ଯିବା ବେଳେ ଧରିବାରେ ସଫଳ ହୋଇଥିଲେ। କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ ହୋଇଥିଲା। ଏନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଜବତ କାର ଓ ଗଞ୍ଜେଇ ସହ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.