ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ

0

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ସାଙ୍ଘାତିକ ତଥ୍ୟ। ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାରକାର୍ଡର ବ୍ୟାଙ୍କ ଲିଙ୍କ ଡାଟା ଆସିବା ପରେ ଏହା ଜଣାପଡ଼ିଥିଲା। ସେମାନଙ୍କୁ ଏଥିରୁ ବାଦ ଦିଆଯାଇଛି।

ରାଜ୍ୟ ବାହାରେ ଯେଉଁ ମହିଳା ହିତାଧିକାରୀ ଅଛନ୍ତି, ସେମାନେ ବି ସୁଭଦ୍ରା ଆବେଦନ କରିପାରିବେ। ସେମାନେ ସୁଭଦ୍ରା ପାଇଁ ଆବେଦନ କରନ୍ତୁ। ଗଞ୍ଜାମ, ମୟୂରଭଞ୍ଜ, ଅନୁଗୋଳ, ସମ୍ବଲପୁର, କୋରାପୁଟ,ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲା ବହୁତ ମହିଳା ହିତାଧିକାରୀ ବାହାର ରାଜ୍ୟରେ କାମ କରୁଛନ୍ତି। ସେମାନେ କିପରି ସୁଭଦ୍ରା ପାଇବେ, ସରକାର ସେଥିପାଇଁ ଚେଷ୍ଟା କରୁଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସୁଭଦ୍ରା ଦେଉଛନ୍ତି। ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଜାନୁଆରୀ ମାସ ଶେଷ ସୁଦ୍ଧା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.