ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

0

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଗୁଳି ବିନିମୟ ଜାରି ରହିଛି।

ସୂଚନା ଅନୁଯାୟୀ, ସୁକୁମା ଜିଲା କେରାଲପାଲ ଥାନା ଅଞ୍ଚଳ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଡିଆରଜି ଓ ସିଆର୍‌ପିଏଫ୍‌ ବାହିନୀ ମିଳିତ ଭାବେ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ଶନିବାର ସକାଳେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ନିରନ୍ତର ଗୁଳି ବିନିମୟ ଜାରି ରହିଥିବା ବେଳେ ଦୀର୍ଘ ୪ ଘଣ୍ଟା ଗୁଳି ବିନିମୟ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେଶନରେ ୧୬ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଏହି ଗୁଳି ବିନିମୟରେ ଡିଆରଜି ବାହିନୀର ଦୁଇଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଦୁଇଜଣଙ୍କୁ ଉତ୍ତମ ଚିକିତ୍ସା ନିମନ୍ତେ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଘଟଣାସ୍ଥଳରେ ବର୍ତ୍ତମାନ ସୁଦ୍ଧା ଆହୁରି ସର୍ଚ୍ଚ ଅପରେଶନ ଚାଲିଛି। ତେବେ ମାଓବାଦୀଙ୍କ ମୃତ୍ୟୁ ଆହୁରି ବଢ଼ିବାର ସମ୍ଭାବନା ରହିଛିା ଏଥିସହ ଘଟଣାସ୍ଥଳରୁ ଏକେ ୪୭, ଏସ୍‌.ଏଲ୍‌.ଆର୍‌, ଇନସାସ୍‌ ରାଇଫଲ୍‌, ୩୦୩ ରାଇଫଲ ରକେଟ ଲଞ୍ଚର, ବିଜିଏଲ ଲଞ୍ଚନ, ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ଜବତ ହୋଇଥିବା ସୁକୁମା ଏସ୍‌.ପି. କିରଣ ଚୌହାନ ସୂଚନା ଦେଇଛନ୍ତି। ଯବାନମାନେ ସର୍ଚ୍ଚ ଅପରେଶନ ସାରି ଫେରିବା ପରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯିବ ବୋଲି ମଧ୍ୟ ଚୌହାନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.