ହକି ବିଶ୍ୱକପ୍ର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ମାର୍ଟସିଟି ଭୁବନେଶ୍ୱରରେ ୱାଇଫାଇ ସେବା ‘ଭୁବନେଶ୍ୱର ମି ୱାଇଫାଇ’ର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ, ଭୁବେନଶ୍ୱର ପାଇଁ ଆଜି ଏକ ଐତିହାସିକ ଦିନ। ଏହାଦ୍ୱାରା ଯୁବପିଢ଼ି ବିଶେଷ ଉପକୃତ ହେବେ। ୫୦୦ଟି ହଟ୍ସ୍ପଟ୍ ଜରିଆରେ ପୂରା ସହର ୱାଇଫାଇ ସେବା ପରିସରଭୁକ୍ତ ହୋଇଛି। ଡାଟା ବ୍ୟବହାର ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଆଗାମୀ ଦିନରେ କଟକ, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା ଓ ପୁରୀରେ ଏହି ୱାଇଫାଇ ସେବା ଉପଲବ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିଜୟ ମହାନ୍ତି, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର୍ ଅନନ୍ତ ନାରାୟଣ ଜେନା, ଆର୍ ବାଲକ୍ରିଷ୍ଣନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ: ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୯୦ ଶ୍ରମିକଙ୍କ ମୃତ୍ୟୁ; ଅନେକ ନିଖୋଜ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ