ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ସ୍ମାର୍ଟ ସିଟି ଭୁବନେଶ୍ୱର ‘ୱାଇଫାଇ’

0

ହକି ବିଶ୍ୱକପ୍‌ର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ମାର୍ଟସିଟି ଭୁବନେଶ୍ୱରରେ ୱାଇଫାଇ ସେବା ‘ଭୁବନେଶ୍ୱର ମି ୱାଇଫାଇ’ର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ, ଭୁବେନଶ୍ୱର ପାଇଁ ଆଜି ଏକ ଐତିହାସିକ ଦିନ। ଏହାଦ୍ୱାରା ଯୁବପିଢ଼ି ବିଶେଷ ଉପକୃତ ହେବେ। ୫୦୦ଟି ହଟ୍‌ସ୍ପଟ୍ ଜରିଆରେ ପୂରା ସହର ୱାଇଫାଇ ସେବା ପରିସରଭୁକ୍ତ ହୋଇଛି। ଡାଟା ବ୍ୟବହାର ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।  ଆଗାମୀ ଦିନରେ କଟକ, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା ଓ ପୁରୀରେ ଏହି ୱାଇଫାଇ ସେବା ଉପଲବ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିଜୟ ମହାନ୍ତି, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର୍‌ ଅନନ୍ତ ନାରାୟଣ ଜେନା, ଆର୍‌ ବାଲକ୍ରିଷ୍ଣନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.