ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ସ୍ମାର୍ଟ ସିଟି ଭୁବନେଶ୍ୱର ‘ୱାଇଫାଇ’

0

ହକି ବିଶ୍ୱକପ୍‌ର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ମାର୍ଟସିଟି ଭୁବନେଶ୍ୱରରେ ୱାଇଫାଇ ସେବା ‘ଭୁବନେଶ୍ୱର ମି ୱାଇଫାଇ’ର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ, ଭୁବେନଶ୍ୱର ପାଇଁ ଆଜି ଏକ ଐତିହାସିକ ଦିନ। ଏହାଦ୍ୱାରା ଯୁବପିଢ଼ି ବିଶେଷ ଉପକୃତ ହେବେ। ୫୦୦ଟି ହଟ୍‌ସ୍ପଟ୍ ଜରିଆରେ ପୂରା ସହର ୱାଇଫାଇ ସେବା ପରିସରଭୁକ୍ତ ହୋଇଛି। ଡାଟା ବ୍ୟବହାର ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।  ଆଗାମୀ ଦିନରେ କଟକ, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା ଓ ପୁରୀରେ ଏହି ୱାଇଫାଇ ସେବା ଉପଲବ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିଜୟ ମହାନ୍ତି, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର୍‌ ଅନନ୍ତ ନାରାୟଣ ଜେନା, ଆର୍‌ ବାଲକ୍ରିଷ୍ଣନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.