ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ଅବପାତ

0

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆଜି ଲଘୁଚାପ ରୂପ ନେଇଛି । ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତ ରୂପ ନେଇପାରେ । ଏହାର ପରବର୍ତୀ ୨୪ ଘଣ୍ଟାରେ ଭୀଷଣ ଅବପାତ ରୂପ ନେବା ଆଶଙ୍କାକୁ ଟାଳି ହେବ ନାହିଁ । ପାଣିପାଗବିତ୍‍ମାନେ ଆଜି ଏଭଳି ପୂର୍ବାନୁମାନ କରିଛନ୍ତି । ତେବେ ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ ।
ଏହାର ପ୍ରଭାବରେ ୧୩ ତାରିଖକୁ ଓଡ଼ିଶାର ଆକାଶ ମେଘୁଆ ହେବ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ । ଏଥିସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ ।
ଅନ୍ୟପକ୍ଷରେ ଆସନ୍ତା ୪୮ ଘଣ୍ଟା ଯାଏ ଶୀତର ପ୍ରଭାବ ଅଧିକ ରହିବ । ୧୩ ତାରିଖରୁ ଶୀତର ପ୍ରଭାବ କମିପାରେ । ୧୮ ତାରିଖରେ ପୁଣି ଥରେ ଶୀତ ବଢିବ । ଚଳିତବର୍ଷର ସର୍ବାଧିକ ଥଣ୍ଡା ୧୮ ତାରିଖ ପରେ ହିଁ ଅନୁଭୂତ ହେବ ।

Leave A Reply

Your email address will not be published.