ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ଆଜି ଏଠାରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସକାଳ ୭ଟା ୧୦ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ୧୯୨୯ ମସିହା ନଭେମ୍ୱର ୧୯ ତାରିଖରେ ଜନ୍ମ ହୋଇଥିବା ଶ୍ରୀ ମାଝୀଙ୍କୁ ମୃତ୍ୟୁବେଳକୁ ୯୧ ବର୍ଷ ହୋଇଥିଲା । ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଥିବା ଶ୍ରୀ ମାଝୀ ୧୯୭୨ ମସିହାରେ କଂଗ୍ରେସରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । କେନ୍ଦ୍ର ପେଟ୍ରୋଲିୟମ ଓ ରସାୟନ ବିଭାଗର ଉପମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ । ପରେ ସେ ଜନତା ଦଳକୁ ଆସି ରାଜ୍ୟ ରାଜନୀତିରେ ପାଦ ଥାପିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଶ୍ରୀ ମାଝୀଙ୍କ ଝିଅ ସରୋଜିନୀ ହେମ୍ୱ୍ରମ୍ ଏବେ ବିଜେଡିର ରାଜ୍ୟସଭା ସଦସ୍ୟ ଅଛନ୍ତି ।
ଶ୍ରୀ ମାଝୀଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ବିଜୟ ମହାପାତ୍ର, ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳ ସଦସ୍ୟ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ