ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବରିଷ୍ଠ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ

0

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ଆଜି ଏଠାରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସକାଳ ୭ଟା ୧୦ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ୧୯୨୯ ମସିହା ନଭେମ୍ୱର ୧୯ ତାରିଖରେ ଜନ୍ମ ହୋଇଥିବା ଶ୍ରୀ ମାଝୀଙ୍କୁ ମୃତ୍ୟୁବେଳକୁ ୯୧ ବର୍ଷ ହୋଇଥିଲା । ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଥିବା ଶ୍ରୀ ମାଝୀ ୧୯୭୨ ମସିହାରେ କଂଗ୍ରେସରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । କେନ୍ଦ୍ର ପେଟ୍ରୋଲିୟମ ଓ ରସାୟନ ବିଭାଗର ଉପମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ । ପରେ ସେ ଜନତା ଦଳକୁ ଆସି ରାଜ୍ୟ ରାଜନୀତିରେ ପାଦ ଥାପିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଶ୍ରୀ ମାଝୀଙ୍କ ଝିଅ ସରୋଜିନୀ ହେମ୍ୱ୍ରମ୍‍ ଏବେ ବିଜେଡିର ରାଜ୍ୟସଭା ସଦସ୍ୟ ଅଛନ୍ତି ।
ଶ୍ରୀ ମାଝୀଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ବିଜୟ ମହାପାତ୍ର, ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳ ସଦସ୍ୟ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.