ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କ ପରଲୋକ

0

ନୂଆଦିଲ୍ଲୀ: ସମତା ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଆଜି ସକାଳ ସାତଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। କିଛି ଦିନ ହେଲା ସେ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ଥିଲେ। ସେ ୯ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ଭି.ପି ସିଂହ ପ୍ରଧାନମନ୍ତ୍ରୀ ଥିବା ବେଳେ ସେ ରେଳ ମନ୍ତ୍ରୀ ଥିଲେ। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ଜର୍ଜ ଫର୍ଣ୍ଣାଡେଜ୍ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଥିଲେ। ସେବେ ଭାରତ ପୋଖରାନରେ ପରମାଣୁ ବୋମା ପରୀକ୍ଷା କରିଥିଲା।

Leave A Reply

Your email address will not be published.