ନୂଆଦିଲ୍ଲୀ: ସମତା ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଆଜି ସକାଳ ସାତଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। କିଛି ଦିନ ହେଲା ସେ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ଥିଲେ। ସେ ୯ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ଭି.ପି ସିଂହ ପ୍ରଧାନମନ୍ତ୍ରୀ ଥିବା ବେଳେ ସେ ରେଳ ମନ୍ତ୍ରୀ ଥିଲେ। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ଜର୍ଜ ଫର୍ଣ୍ଣାଡେଜ୍ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଥିଲେ। ସେବେ ଭାରତ ପୋଖରାନରେ ପରମାଣୁ ବୋମା ପରୀକ୍ଷା କରିଥିଲା।
ପ୍ରମୁଖ ଖବର
ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି