ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଆସନ୍ତାକାଲି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଦୁଇ ସହିଦ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରାଙ୍କ ପରିବାର ସହ କଥା ହୋଇଥିଲେ। ସାନ୍ତ୍ୱନା ଜଣାଇ କହିଥିଲେ, ମା ମୁଁ ବହୁତ ଦୁଃଖୀ। ମୁଁ ଆପଣଙ୍କ ସାଥିରେ ଅଛି।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ସହିଦ ଯବାନଙ୍କ ପରିବାରକୁ 10ଲକ୍ଷ ଟଂକା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିଲେ। କେବଳ ସେତିକି ନୁହେଁ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଓ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ସହିଦଙ୍କ ପରିବାରକୁ ଭେଟିବାକୁ ନିର୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ସଚିବାଳୟରେ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ ଭାଗ ନେଇ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ଅନ୍ୟ ସରକାରୀ ଅଧିକାରୀ ବି ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ