ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଆସନ୍ତାକାଲି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଦୁଇ ସହିଦ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରାଙ୍କ ପରିବାର ସହ କଥା ହୋଇଥିଲେ। ସାନ୍ତ୍ୱନା ଜଣାଇ କହିଥିଲେ, ମା ମୁଁ ବହୁତ ଦୁଃଖୀ। ମୁଁ ଆପଣଙ୍କ ସାଥିରେ ଅଛି।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ସହିଦ ଯବାନଙ୍କ ପରିବାରକୁ 10ଲକ୍ଷ ଟଂକା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିଲେ। କେବଳ ସେତିକି ନୁହେଁ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଓ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ସହିଦଙ୍କ ପରିବାରକୁ ଭେଟିବାକୁ ନିର୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ସଚିବାଳୟରେ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ ଭାଗ ନେଇ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ଅନ୍ୟ ସରକାରୀ ଅଧିକାରୀ ବି ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ