ଭୁବନେଶ୍ୱର: ରବିବାର ଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪ ଦିନ ଧରି ଘଡଘଡି ସହିତ ବର୍ଷା ଲାଗିରହିବ । ଆଜି ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦିନର ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢିଯାଇପାରେ । ସବୁଠାରୁ ବଡ କଥା ହେଉଛି, ଆସନ୍ତା ୨୬ ଓ ୨୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି । ଉଭୟ ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ମଧ୍ୟମ ଧରଣର ବର୍ଷା ସହିତ ଘଣ୍ଟା ପ୍ରତି ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ପାଣିପାଗ ବିଭାଗ ହଳଦିଆ ରଙ୍ଗ (ସଜାଗ ରହିବା ପାଇଁ) ସତର୍କ ସୂଚନା ଦେଇଛି ।
ପାଣିପାଗବିତ୍ଙ୍କ ପୂର୍ବାନୁମାନ ଅନୁସାରେ, ରବିବାର ଠାରୁ ମୟୂରଭଂଜ, ଅନୁଗୁଳ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ସମ୍ୱଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, ବରଗଡ,ବଲାଙ୍ଗୀର, ଗଞ୍ଜାମ, ନୂଆପଡା, କନ୍ଧମାଳ ଓ କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଅନ୍ୟ ଅଞ୍ଚଳରେ ପାଗ ଶୁଖିଲା ରହିବ । ତେବେ ୨୫ ତାରିଖ ବେଳକୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ