ଭୁବନେଶ୍ୱର: ରବିବାର ଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪ ଦିନ ଧରି ଘଡଘଡି ସହିତ ବର୍ଷା ଲାଗିରହିବ । ଆଜି ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦିନର ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢିଯାଇପାରେ । ସବୁଠାରୁ ବଡ କଥା ହେଉଛି, ଆସନ୍ତା ୨୬ ଓ ୨୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି । ଉଭୟ ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ମଧ୍ୟମ ଧରଣର ବର୍ଷା ସହିତ ଘଣ୍ଟା ପ୍ରତି ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ପାଣିପାଗ ବିଭାଗ ହଳଦିଆ ରଙ୍ଗ (ସଜାଗ ରହିବା ପାଇଁ) ସତର୍କ ସୂଚନା ଦେଇଛି ।
ପାଣିପାଗବିତ୍ଙ୍କ ପୂର୍ବାନୁମାନ ଅନୁସାରେ, ରବିବାର ଠାରୁ ମୟୂରଭଂଜ, ଅନୁଗୁଳ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ସମ୍ୱଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, ବରଗଡ,ବଲାଙ୍ଗୀର, ଗଞ୍ଜାମ, ନୂଆପଡା, କନ୍ଧମାଳ ଓ କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଅନ୍ୟ ଅଞ୍ଚଳରେ ପାଗ ଶୁଖିଲା ରହିବ । ତେବେ ୨୫ ତାରିଖ ବେଳକୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।
ପ୍ରମୁଖ ଖବର
ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍ୱେରେ ଜଳିଗଲା ସ୍ଲିପର ବସ୍, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ