ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ପତ୍ର ଭାଇରାଲ୍ ଅଭିଯୋଗ ଉଠିବା ପରେ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଅଧିକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି ଯେ ଏଥର ଯୁକ୍ତ ପ୍ରଶ୍ନ ପତ୍ରରେ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ରୋଲ ନମ୍ୱର ଲେଖିବାକୁ ବାଧ୍ୟତାମୂଳକ କରାଯିବ ।
ଏହାଦ୍ୱାରା ପ୍ରଶ୍ନ ପତ୍ର ବାହାରକୁ ଆସିଲେ, ସଂପୃକ୍ତ ଛାତ୍ରଛାତ୍ରୀଙ୍କୁ ଧରାଯାଇପାରିବ । ପ୍ରତିଦିନ ୨୦୨ ହବ୍ରୁ ହିଁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପତ୍ର ଯିବ । ୧୦୮୧ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୯୩୬ଟିରେ ସିସିଟିଭି ଲାଗିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ପରୀକ୍ଷା ପୂର୍ବରୁ ବାକି ସବୁ କେନ୍ଦ୍ରରେ ମଧ୍ୟ ସିସିଟିଭି ଲାଗିଯିବ ।
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ