ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ପତ୍ର ଭାଇରାଲ୍ ଅଭିଯୋଗ ଉଠିବା ପରେ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଅଧିକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି ଯେ ଏଥର ଯୁକ୍ତ ପ୍ରଶ୍ନ ପତ୍ରରେ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ରୋଲ ନମ୍ୱର ଲେଖିବାକୁ ବାଧ୍ୟତାମୂଳକ କରାଯିବ ।
ଏହାଦ୍ୱାରା ପ୍ରଶ୍ନ ପତ୍ର ବାହାରକୁ ଆସିଲେ, ସଂପୃକ୍ତ ଛାତ୍ରଛାତ୍ରୀଙ୍କୁ ଧରାଯାଇପାରିବ । ପ୍ରତିଦିନ ୨୦୨ ହବ୍ରୁ ହିଁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପତ୍ର ଯିବ । ୧୦୮୧ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୯୩୬ଟିରେ ସିସିଟିଭି ଲାଗିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ପରୀକ୍ଷା ପୂର୍ବରୁ ବାକି ସବୁ କେନ୍ଦ୍ରରେ ମଧ୍ୟ ସିସିଟିଭି ଲାଗିଯିବ ।
ପ୍ରମୁଖ ଖବର
ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ