ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପ୍ରଶ୍ନ ପତ୍ରରେ ରୋଲ ନମ୍ୱର ବାଧ୍ୟତାମୂଳକ

0

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ପତ୍ର ଭାଇରାଲ୍‍ ଅଭିଯୋଗ ଉଠିବା ପରେ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଅଧିକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି ଯେ ଏଥର ଯୁକ୍ତ ପ୍ରଶ୍ନ ପତ୍ରରେ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ରୋଲ ନମ୍ୱର ଲେଖିବାକୁ ବାଧ୍ୟତାମୂଳକ କରାଯିବ ।
ଏହାଦ୍ୱାରା ପ୍ରଶ୍ନ ପତ୍ର ବାହାରକୁ ଆସିଲେ, ସଂପୃକ୍ତ ଛାତ୍ରଛାତ୍ରୀଙ୍କୁ ଧରାଯାଇପାରିବ । ପ୍ରତିଦିନ ୨୦୨ ହବ୍‍ରୁ ହିଁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପତ୍ର ଯିବ । ୧୦୮୧ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୯୩୬ଟିରେ ସିସିଟିଭି ଲାଗିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ପରୀକ୍ଷା ପୂର୍ବରୁ ବାକି ସବୁ କେନ୍ଦ୍ରରେ ମଧ୍ୟ ସିସିଟିଭି ଲାଗିଯିବ ।

Leave A Reply

Your email address will not be published.