ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବେଦପ୍ରକାଶ ଅଗ୍ରଵାଲଙ୍କ ପରଲୋକ

0

୮୨ ବର୍ଷ ବୟସରେ ଆରପାରିକୁ ଗଲେ ବେଦୁ ଭାଇ
ପାଟକୁରା ଆସନରୁ ବିଜେଡି ପ୍ରାର୍ଥୀ ଥିଲେ
ଅନିଶ୍ଚିତତା ଭିତରକୁ ଚାଲିଗଲା ଏହି ଆସନର ନିର୍ବାଚନ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା କେନ୍ଦ୍ରାପଡା ଜିଲ୍ଲାର ପାଟକୁରା ବିଧାୟକ ବେଦ ପ୍ରକାଶ ଅଗ୍ରଵାଲ ଆଉ ନାହାନ୍ତି । ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ବେଦୁ ବାବୁ (କେନ୍ଦ୍ରାପଡାରେ ଛୋଟ ବଡ ସମସ୍ତେ ତାଙ୍କ ବେଦୁ ଭାଇ ବୋଲି ଡାକନ୍ତି) ଙ୍କର ଆଜି ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।

ଚଳିତ ନିର୍ବାଚନରେ ସେ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ । ଗୁରୁତର ଅସୁସ୍ଥତା ସତ୍ତ୍ୱେ ସେ କେନ୍ଦ୍ରାପଡା ଯାଇ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବେଦୁଙ୍କ ପରଲୋକ ପରେ ପାଟକୁରା ବିଧାନସଭା ଆସନ ନିର୍ବାଚନ ଅନିଶ୍ଚିତତା ଭିତରକୁ ଚାଲିଯାଇଛି । ମୃତ୍ୟୁ ବେଳକୁ ତାଙ୍କ ପତ୍ନୀ ସାବିତ୍ରୀ ଅଗ୍ରଵାଲ ଓ ପୁଅ ଏବଂ ଝିଅ ତଥା ପରିବାରର ଅନ୍ୟମାନେ ଉପସ୍ଥିତ ଥିଲେ । ଏହି ଖବର ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ, ବିଜୟ ମହାପାତ୍ର, ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଶୋକ ବ୍ୟକ୍ତ କରିବା ସହିତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେପଟେ କେନ୍ଦ୍ରାପଡାରେ ମଧ୍ୟ ଶୋକର ଛାୟା ଖେଳିଯାଇଛି ।

୧୯୩୭ ମସିହା ଜାନୁଆରୀ ୧୬ ତାରିଖରେ କେନ୍ଦ୍ରାପଡାର ମଢିଆଳରେ ଜନ୍ମ ହୋଇଥିବା ବେଦୁ ବାବୁ ବିଏ ପାସ୍‍ ପରେ ୧୯୫୭ ମସିହାରେ ସକ୍ରିୟ ରାଜନୀତିକୁ ଓହ୍ଲାଇଥିଲେ । ୧୯୭୦ ମସିହା ପର୍ଯ୍ୟନ୍ତ ସେ କେନ୍ଦ୍ରାପଡା ମ୍ୟୁନିସପାଲଟିର କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ । ୧୯୭୦ରୁ ୧୯୭୪ ଯାଏ ସେ କେନ୍ଦ୍ରାପଡା ମ୍ୟୁନିସପାଲଟିର ଅଧ୍ୟକ୍ଷ ଥିଲେ ।

ବିଧାନସଭାକୁ ସେ ୬ଥର ନିର୍ବାଚିତ ହୋଇଥିଲେ । ୧୯୭୪ ମସିହାରେ ସେ ଉତ୍କଳ କଂଗ୍ରେସ ପ୍ରାର୍ଥୀ ଭାବେ ବିଧାନସଭାରେ ପ୍ରବେଶ କରିଥିଲେ । ପରେ ୧୯୭୭ରୁ ୧୯୮୦ ଜନତା ଦଳରୁ ଜିତି ୧୯୭୯ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୯୦ରେ ବିଜୁ ପଟ୍ଟନାୟକ ସରକାରରେ ସେ ଅର୍ଥମନ୍ତ୍ରୀ ଥିଲେ । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବା ପରେ ସେ ୨୦୦୦ରେ ବିଜେପିରୁ ୨୦୦୯ ଓ ୨୦୧୪ରେ ବିଜେଡିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଖାଦ୍ୟ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ସାଧାରଣ ଉଦ୍ୟୋଗ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସେ ନିର୍ବାହ କରିଥିଲେ । ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ।

Leave A Reply

Your email address will not be published.