ଭୁବନେଶ୍ୱର: ଗତକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଶାସକ ଦଳର ଗୁଣ୍ଡାମାନେ ଅନେକ ବୁଥରେ ରିଗିଂ ଏବଂ କ୍ୟାପଚରିଂ କରିଛନ୍ତି । ଅନେକ ସ୍ଥାନରେ ଇଭିଏମ ମେସିନରେ ସମସ୍ୟା ଦେଖାଯିବା ସହ ଅନେକ ସ୍ଥାନରେ ବିଳମ୍ବରେ ମତଦାନ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ବର୍ତମାନ କ୍ୟାପଚରିଙ୍ଗ ଓ ରିଙ୍ଗି ହୋଇଥିବା ୩୦୧ ବୁଥରେ ପୁନଃ ମତଦାନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରଙ୍କ ପାଖରେ ଦାବି କରାଯାଇଛି ବୋଲି ରାଜ୍ୟ ଉପସଭାପତି ସମୀର ମହାନ୍ତି କହିଛନ୍ତି ।
ଶ୍ରୀ ମହାନ୍ତି କହିଛନ୍ତି ଯେ ହିଞ୍ଜିଳିରେ ୩ଟି ବୁଥ ବିଜେଡି ଗୁଣ୍ଡାମାନଙ୍କ ଦ୍ୱାରା କ୍ୟାପଚରିଂ ହୋଇଛି । ବିଜେପୁରରେ ୭ ଟିରେ କ୍ୟାପଚରିଂ ହୋଇଛି।
ଭଟଲିରେ ମନ୍ତ୍ରୀ ସୁଶାନ୍ତ ସିଂ ଲଢୁଥିବା ସ୍ଥାନରେ ୧୨ଟି ବୁଥ୍ କ୍ୟାପଚରିଂ ହୋଇଛି ଯେଉଁଥିରେ ୭ଟିରେ ଏକପାଖିଆ ଭାବେ ବିଜେପିର ଏଜେଟଂମାନଙ୍କୁ ପୋଲିସ ଲଗାଇ ବୁଥରୁ ବାହାର କରି ଦିଆଯାଇଛି । ଅତାବିରା ନିର୍ବାଚନୀ ମଣ୍ଡଳୀରେ ଲୋକ ମାନେ ବୁଥ କ୍ୟାପଚରିଂ କରି ଏକପାଖିଆ କରି ଭୋଟ ହାତେଇବାକୁ ଚେଷ୍ଟା କରାଯାଇଛି । ଭଞ୍ଜନଗର ନିର୍ବାଚନି ମଣ୍ଡଳୀରେ ବିକ୍ରମ କେଶରୀ ଆରୁଖଙ୍କ ବୁଥରେ ରିଗିଂ କରାଯାଇଛି । ୧୨୬ ନମ୍ବର ବୁଥ୍ ଯେଉଁଠି ହତ୍ୟାକାଣ୍ଡ ହୋଇଥିଲା ଲୋକମାନେ ସେଠି ଭୋଟ ବର୍ଜନ କରିଥିଲେ ଏହାକୁ ଏକ ପାକ୍ଷିଆ କରି ବିଜେଡିର ଗୁଣ୍ଡାମାନେ ଭୋଟ ଦେଇଛନ୍ତି । ବୌଦ୍ଧରେ ମଧ୍ୟ ୪ଟି ବୁଥ୍ରେ ବିଜେଡିର ଗୁଣ୍ଡାମାନେ ଦାଦାଗିରି କରି ଭୋଟକୁ ଏକପାଖିଆ କରିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିବା ଏହି ପ୍ରତିନିଧି ଦଳରେ ରବିଶଙ୍କର ପଟ୍ଟନାୟକ ଏବଂ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ