ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବିଜେପିରେ ସାମିଲ ହେଲେ ବିଜେଡି ନେତା

0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଗିରିଧାରୀ ଗମାଙ୍ଗଙ୍କ ଉପସ୍ଥିତିରେ ବିଜେଡି ନେତା ଜ୍ୟୋର୍ତିମୟ ମହାନ୍ତି ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମହାନ୍ତି ଜଣେ ଛାତ୍ର ନେତା ଭାବେ ବେଶ ଜଣାଶୁଣା । ଦୀର୍ଘ ୪୦ ବର୍ଷ ଧରି ସାଧାରଣ , ଖଟିକିଆ, ଦଳିତ ଲୋକମାନଙ୍କ ପାଇଁ ସେ କାର୍ଯ୍ୟ
କରିଆସୁଛନ୍ତି ।
ସେହିପରି ବିଜୟ କୁମାର ସ୍ୱାଇଁ, ରାଜେଶ ମହାନ୍ତି, ପ୍ରଫୁଲ ଦାସ, ରଶ୍ମୀରଂଜନ ପରିଡା, ବିଜେନ୍ଦ୍ର ସ୍ୱାଇଁ , ଶ୍ୟାମସୁନ୍ଦର ସ୍ୱାଇଁ, ପପୁ ଦାସ, ଦିନେଶ୍ୱର କର୍ମା, ସ୍ମୃତିରଂଜନ ମହାନ୍ତି, ଆରତକ୍ଷଣ ବାରିକ, ଗଣେଶ ମେହେତା, ସର୍ବେଶ୍ୱର ଭୂଆଁ, ଇମକେତ ରାଓ ଏବଂ ଦିବାକର ପଲେଇଙ୍କ ସମେତ ଶତାଧିକ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ଗମାଙ୍ଗ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି । ରାଜ୍ୟ ଉପ ସଭାପତି ଶ୍ରୀ ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ
ଦ୍ୱାରା ଦଳ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏହି ମିଶ୍ରଣ ପର୍ବରେ ଯୁବ ମୋର୍ଚ୍ଚା ରଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ଉପସ୍ଥିତ ଥିଲେ ।

Leave A Reply

Your email address will not be published.