ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୁଣି ରାତିରେ ପରୀକ୍ଷା, ପୁଣି ସଫଳ

0

ଭୁବନେଶ୍ବର: ଚାନ୍ଦିପୁର ପ୍ରତିରକ୍ଷା ପରୀକ୍ଷଣ କେନ୍ଦ୍ରରୁ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟାବହାରିକ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଉତ୍‌କ୍ଷେପଣ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ୩୫୦ କିମି ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ। ଆଜି ସଂଧ୍ୟା ପ୍ରାୟ ୭ଟା ୫୦ରେ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଥିଲା।

କେବଳ ସେତିକି ନୁହେଁ, ଦ୍ବିତୀୟ ଥର ପାଇଁ ରାତିରେ ଏହି ପରୀକ୍ଷଣ ସଫଳ ହୋଇଛି। ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି ପୃଥ୍ବୀ-୨। ଏହାର ଲମ୍ବ ୯ ମିଟର, ମୋଟେଇ ୧୧୦ ସେମି ଓ ଓଜନ ୪.୬ ଟନ୍‌। ୨୦୦୩ ମସିହାରୁ ପୃଥ୍ବୀ-୨କୁ ଭାରତୀୟ ସେନାରେ ସାମିଲ କରାଯାଇଛି।

Leave A Reply

Your email address will not be published.