ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

୪ ଦୁଷ୍କର୍ମକାରୀ ଅଭିଯୁକ୍ତ ମୃତ

0
  • ୨୮ ତାରିଖ ଦିନ ଜଣେ ଡାକ୍ତରଙ୍କୁ ଗଣଦୁଷ୍କର୍ମ ପରେ ପୋଡି ହତ୍ୟା କରିଥିଲେ
  • ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ଏନକାଉଣ୍ଟର କରିଥିଲା

ହାଇଦ୍ରାବାଦ: ହାଇଦ୍ରାବାଦ ଡାକ୍ତରାଣୀ ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ୪ ଅଭିଯୁକ୍ତ ମୃତ୍ୟୁବରଣ କରିଛନ୍ତି। ପୁଲିସ ଏନକାଉଣ୍ଟରରେ ସେମାନଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ହାତକୁ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ହାଇଦ୍ରାବାଦ ୪୪ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ସାଦନଗର ନିକଟସ୍ଥ ଚେତନାପାଲି ଓଭରବ୍ରିଜ ଉପରେ ପୁଲିସ ବାଧ୍ୟ ହୋଇ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲା। ଫଳରେ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ଏହି ରାସ୍ତାରେ ହିଁ ଡାକ୍ତରଙ୍କୁ ଅଭିଯୁକ୍ତମାନେ ଗଣଦୁଷ୍କର୍ମ କରି ପୋଡି ମାରିଦେଇଥିଲେ।

ନଭେମ୍ବର ୨୮ ତାରିଖ ଦିନ ହୋଇଥିବା ଏହି ସାଂଘାତିକ ଅପରାଧରେ ପୁଲିସ ୨୯ ତାରିଖ ଦିନ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଗତକାଲି ପୁଲିସ ଅପରାଧୀମାନଙ୍କୁ ଘଟଣାସ୍ଥଳକୁ ନେଇ କେଉଁଭଳି ଭାବେ ଏହି ଅପରାଧ ଘଟାଇଥିଲେ, ପୁଲିସ ତାର ତନାଘନା ଚଳାଇଥିବା ବେଳେ ସେମାନେ ଖସିଯିବାକୁ ଉଦ୍ୟମ କରିଥିଲେ। ଫଳରେ ପୁଲିସ ବାଧ୍ୟ ହୋଇ ଗୁଳି ଚଳାଇଥିବା ପ୍ରାରମ୍ଭିକ ଖବରରୁ ପ୍ରକାଶ।

ଏହି ଖବର ଜଣାପଡିବା ପରେ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି।

Leave A Reply

Your email address will not be published.