ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ବିଜେପି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା

0

ଭୁବନେଶ୍ୱର, ତା.୨୦/୧୨ : ଓଡିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳ ସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ । ଡିସେମ୍ବର ୧୫ ଓ ୧୬ ଦୁଇ ଦିନ ଧରି ଅନୁଷ୍ଠିତ ଜିଲ୍ଲା ସଭାପତି ନିର୍ବାଚନର ଫଳାଫଳ ଆଜି ରାଜ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ରଂଜନ ପଟେଲଙ୍କ ଅନୁମୋଦନ କ୍ରମେ ରାଜ୍ୟ ସହ ନିର୍ବାଚନ ଅଧିକାରୀ ଓ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ଘୋଷଣା କରିଛନ୍ତି ।

ଜିଲ୍ଲା ସଭାପତିମାନେ ହେଲେ ଅନୁଗୁଳ – ଦିଲେଶ୍ୱର ପ୍ରଧାନ,ଢେଙ୍କାନାଳ- ନରେଶ ମହାପାତ୍ର, କଟକ ନଗର- ଲଲାତେନ୍ଦୁ ବଡୁ,କଟକ ସଦର- ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା,ଜଗତସିଂହପୁର- ସତ୍ୟବର୍ତ ମହାପାତ୍ର, କେନ୍ଦ୍ରାପଡା- କିଶୋର ପଣ୍ଡା, ଯାଜପୁର- ଗୌତମ ରାୟ, ଭଦ୍ରକ- ହେମନ୍ତ ପାଢୀ, ବାଲେଶ୍ୱର- ଉମାକାନ୍ତ ମହାପାତ୍ର, ବାରିପଦା- ପୂର୍ବତନ ବିଧାୟକ କାନ୍ଦରା ସୋରେନ, ରାଇରଙ୍ଗପୁର- ବିଧାୟକ ନବଚରଣ ମାଝୀ, କେନ୍ଦୁଝର- ଅଂଶୁମାନ ସବୁଜ ମହନ୍ତ ବର୍ମା, ସୁନ୍ଦରଗଡ(ବଣାଇ)- ଅନୀଲ ବାର୍ଲା, ସୁନ୍ଦରଗଡ (ପାନପୋଷ)- ଲତିକା ପଟ୍ଟନାୟକ, ସୁନ୍ଦରଗଡ- ବିଧାୟକ ଭବାନୀ ଭୋଇ, ଝାରସୁଗୁଡା- ମଙ୍ଗଳ ସାହୁ, ଦେବଗଡ- ମୀନ କେତନ ପ୍ରଧାନ, ସମ୍ବଲପୁର- ଗିରିଶ ପଟେଲ, ବରଗଡ- ଅଶ୍ୱନୀ ଷଡଙ୍ଗୀ, ବୌଦ୍ଧ- ବିପ୍ର ଚରଣ ମହାନ୍ତି, ସୁବର୍ଣ୍ଣପୁର- ପ୍ରମୋଦ ମହାପାତ୍ର, ବଲାଙ୍ଗୀର- ଶିବାଜୀ ମହାନ୍ତି, ନୂଆପଡା- ସୁବ୍ରତ ଠାକୁର, କନ୍ଧମାଳ- ଜଗନ୍ନାଥ ସାହୁ, ନବରଙ୍ଗପୁର- ଜଗଦୀଶ ବିଶୋଇ, କୋରାପୁଟ- ସୁମନ୍ତ ପ୍ରଧାନ, ମାଲକାନଗିରି- ବିଧାୟକ ଆଦିତ୍ୟ ମାଢୀ, ରାୟଗଡା- ଶିବ ପଟ୍ଟନାୟକ, ଗଜପତି- ବିଧାୟକ କେ. ନାରାୟଣ ରାଓ, ଗଂଜାମ-ବିଭୂତି ଜେନା, ଗୁମୁସର- ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ-ଲାଲା ମନୋଜ ରାୟ, ଖୋର୍ଦ୍ଧା- ରଶ୍ମି ରଂଜନ ମହାପାତ୍ର, ପୁରୀ- ଆଶ୍ରିତ ପଟ୍ଟନାୟକ ବୋଲି ଶ୍ରୀ ରାୟ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.