ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବିଶ୍ବସ୍ତରୀୟ ଏସ୍‌ସିବି ପ୍ରସ୍ତାବରେ ଶେଷ ସ୍ପର୍ଶ

0
  • ପାଣ୍ଡିଆନ୍ ଦେଖିଲେ, ଗୁରୁବାର ନବୀନ ଅନୁଧ୍ୟାନ କରିବେ
  • ଫେବୃୟାରୀ ୨୮ ସୁଦ୍ଧା ଜମି ଅଧିଗ୍ରହଣ ଓ ମାର୍ଚ୍ଚ ପହିଲାରୁ ନିର୍ମାଣ
  • ୨ଟି ଓଭରବ୍ରିଜ, ତାଳଦଣ୍ଡାରୁ ମେଡିକାଲ ୩ ଲେନ୍ ବିଶିଷ୍ଟ ରାସ୍ତା ହେବ

ଭୁବନେଶ୍ୱର: କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା କରିବା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି ।

ରାଜ୍ୟ ୫-ଟି ସଚିବ ଭି.କେ.ପାଣ୍ଡିଆନ ଆଜି ସକାଳୁ ଏସ୍‍ସିବି ଗସ୍ତକରିବା ପରେ ବିଶ୍ୱସ୍ତରୀୟ କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି। ତେବେ ଆଜି ସଂଧ୍ୟା ସୁଦ୍ଧା ଜିଲ୍ଲାପାଳ ଓ ଆରଡିସି ଜମି ଅଧିଗ୍ରହଣ ନେଇ ପ୍ରସ୍ତାବ ଦେବେ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରିବା ସହିତ ଏହାର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ ବିଶ୍ୱସ୍ତରୀୟ ଚିକିତ୍ସାଳୟ ପାଇଁ ଆବଶ୍ୟକ ପଡୁଥିବା ଜମି ଲାଗି ଡାକ୍ତରଖାନା ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କ କ୍ବାର୍ଟର୍ସ ଉଚ୍ଛେଦ ହେବ। ଏହି ପ୍ରକ୍ରିୟାରେ ୧୩ଜଣ ଡାକ୍ତରଙ୍କ ସରକାରୀ ଘର ହଟାଇବାକୁ ପଡିବ। ତେବେ ଉଚ୍ଛେଦ ହେଉଥିବା କର୍ମଚାରୀମାନଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବ୍ୟବସ୍ଥା କରୁବାବେଳେ ଅନ୍ୟ କ୍ଷତିଗ୍ରସ୍ତମାନଙ୍କ ପାଇଁ ସ୍ୱତବ ପ୍ୟାକେଜ ବ୍ୟବସ୍ଥା କରାଯିବ ।

ଏହି ଅଧିଗ୍ରହଣରୁ ୨୫ଏକର ଜମି ସରକାରଙ୍କ ହାତକୁ ଆସିବ । ଫେବୃୟାରୀ ୨୮ ତାରିଖ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ। ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ଲକ୍ଷ୍ୟ ରହିଛି। ସେହିଭଳି ତାଳଦଣ୍ଡା କେନାଲ ବନ୍ଧରୁ ଡାକ୍ତରଖାନାକୁ ସଂଯୋଗ କରୁଥିବା ରାସ୍ତାକୁ ତିନି ଲେନ୍‍ ବିଶିଷ୍ଟ କରାଯିବା ସହିତ ଯାତାୟତ ସୁବିଧା ପାଇଁ ଦୁଇଟି ଓଭରବ୍ରିଜ ନିର୍ମାଣ କରାଯିବ।

ଆଜି ୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ କୁମାର, ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଓ ଗୃହ ଏବଂ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ ଏସ୍‍ସିବି ପରିଦର୍ଶନରେ ଯାଇ କାର୍ଯ୍ୟର ସମୀକ୍ଷା କରିଥିଲେ ।

Leave A Reply

Your email address will not be published.