ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

କୁଟ୍ଟେଙ୍କୁ କହିବା ପରେ କଣ ହେଲା ଜାଣନ୍ତୁ

0
  • ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଅନୁଯାୟୀ ପାଟକୁରା ନିର୍ବାଚନମଣ୍ଡଳୀରେ ବିକାଶ କାର୍ଯ୍ୟ ଆରମ୍ଭ
  • ତିନି ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ଟିମ୍‍ ଅଚାନକ ଗସ୍ତ କରି ତନାଘନା କଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଉପନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସରକାରୀ ତନାଘନା ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ତିନି ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୩ଟି ଟିମ୍‍ ଅଚାନକ ପାଟକୁରା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ଗସ୍ତ କରିବା ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ବିଦ୍ୟୁତ୍‍ ଯୋଗାଣ ଆଦିର ଅନୁଧ୍ୟାନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ସ୍ୱତନ୍ତ୍ର ସଚିବ ଡି.ଏସ୍‍.କୁଟ୍ଟେ, ଅତିରିକ୍ତ ସଚିବ ରୂପା ରୋଶନ ସାହୁ ଓ ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନେତୃତ୍ୱରେ ଗଠିତ ଟିମ୍‍ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନମଣ୍ଡଳୀ ଗସ୍ତ କରିଥିଲେ। ଏହି ବରିଷ୍ଠ ଅଧିକାରୀମାନେ ପ୍ରତି ପଞ୍ଚାୟତର ବିଦ୍ୟାଳୟ ଗୁଡିକ ପରିଦର୍ଶନ କରିଥିବାବେଳେ ନିର୍ବାଚିତ ଲୋକପ୍ରତିନିଧିମାନଙ୍କୁ ସିଧାସଳଖ ଭେଟିଥିଲେ। ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ସହିତ ସେମାନଙ୍କ ଅଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ୱାସ୍ଥ୍ୟସେବା, ପାନୀୟଜଳ, ସଡକ ଯୋଗାଯୋଗ ଓ ବିଦ୍ୟୁତ୍‍ସେବା ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଗୁରୁତ୍ବପୂର୍ଣ୍ଣ କଥା ହେଲା, ଏହି ଆଲୋଚନା ସମୟରେ ପାଟକୁରା ନିର୍ବାଚନମଣ୍ଡଳୀର ସାନ ଅଢଙ୍ଗ ଗ୍ରାମପଞ୍ଚାୟତର ଲୋକମାନେ ସ୍ୱତନ୍ତ୍ର ସଚିବ ଶ୍ରୀ କୁଟ୍ଟେ ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ଯେ ଅନ୍ୟ ସ୍ଥାନରେ ଲାଇସେନ୍ସ ପାଇଥିବା ଗୋଟିଏ ମଦ ଦୋକାନ ବିଦ୍ୟାଳୟ ନିକଟରେ ଚାଲୁଛି। ଲୋକଙ୍କ ଅଭିଯୋଗ ପରେ ପରେ ବିଦ୍ୟାଳୟ ନିକଟରେ ଥିବା ତୁରନ୍ତ ଏହି ମଦଦୋକାନକୁ ସିଲ୍‍ କରିଦିଆଯାଇଛି।

Leave A Reply

Your email address will not be published.