ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

କରୋନା ପାଇଁ ନବୀନଙ୍କ ୨୨୦୦ କୋଟିର ପ୍ୟାକେଜ ଘୋଷଣା

0

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଆଜି କରୋନା ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ଜାରି କରି ଏହି ସୂଚନା ଦେଇଛନ୍ତି। ଗତକାଲି ସ୍ବତନ୍ତ୍ର କୋଭିଡ୍ ମେଡିକାଲ ପରେ ଆଜି ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଏକ ବଡ଼ ସହାୟତା ବୋଲି ବିଚାର କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଘରେ ରହିବା ଲାଗି ପୁଣି ଥରେ ଅନୁରୋଧ କରିବାକୁ ଭୁଲିନାହାନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଭାଇରସ୍ ଏବେ ସାରା ବିଶ୍ବ ପାଇଁ ସଙ୍କଟ ଭାବେ ଦେଖାଦେଇଛି। ଏହି ସଙ୍କଟ ଦ୍ବାରା ଆମର ଗରିବ ଲୋକଙ୍କ ଜୀବନ ଜୀବିକା ବିଶେଷ ଭାବେ ପ୍ରଭାବିତ ହେଉଛି। ଆମର ଗରିବ ଲୋକଙ୍କ କଲ୍ୟାଣ ପାଇଁ ମୁଁ ଆଜି ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରୁଛି। ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ତିନିମାସର ରାସନ ସରକାର ଆଗୁଆ ଦେଉଛନ୍ତି। ଖାଦ୍ୟ ସୁରକ୍ଷା ଯୋଜନାର ସମସ୍ତ ୯୪ ଲକ୍ଷ ପରିବାରକୁ ସରକାର ୧ହଜାର ଟଙ୍କା ଲେଖାଏଁ ଦେବେ ବୋଲି ମୁଁ ଘୋଷଣା କରୁଛି। ଏଥିପାଇଁ ୯୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଆମର ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ୪ମାସର ଭତ୍ତା ଆଗୁଆ ଦିଆଯାଉଛି। ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ଆମର ୨୨ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ସରକାର ୧୫୦୦ ଟଙ୍କା ଲେଖାଏଁ ଯୋଗାଇ ଦେବେ। ଏଥିରେ ୩୩୦ କୋଟି ଟଙ୍କା ଖର୍ଚ୍ଚ ହେବ।

Leave A Reply

Your email address will not be published.