ଭୁବନେଶ୍ବର: ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ହେଲେଣି। କରୋନା ଲକ୍ ଡାଉନ୍ ପରେ ସେମାନେ କାମଧନ୍ଦା ହରାଇବା ପରେ ଏବେ ସେସବୁ ଅଞ୍ଚଳରେ ରହିବା ମୁସ୍କିଲ୍ ହୋଇପଡିଛି। ଏନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ସେମାନଙ୍କ ଜିଲ୍ଲାପାଳଙ୍କ ମାଧ୍ୟମରେ ଓଡ଼ିଶାର ଲୋକଙ୍କୁ ସହାୟତା ପାଇଁ ନିବେଦନ କରିଥିଲେ। ମାତ୍ର ଏହାର ବିଶେଷ ପ୍ରଭାବ ପଡୁନାହିଁ। ଗୋଟିଏ ପଟେ ରାଜ୍ୟ ସରକାର କରିଥିବା କଣ୍ଟ୍ରୋଲ ରୁମ୍ ପର୍ଯ୍ୟାପ୍ତ ହେଉନଥିବା ବେଳେ ଅନ୍ୟ ରାଜ୍ୟର ସହଯୋଗ ସେଭଳି ପ୍ରଭାବୀ ହେଉନଥିବା ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିଛି। ଆଜି ମୁଖ୍ୟମନ୍ତ୍ରୀ ପୁଣି ଥରେ ନିବେଦନ କରିବା ସହିତ ସେସବୁ ଅଞ୍ଚଳରେ କାମ କରୁଥିବା ଓଡ଼ିଆ ସଂଗଠନକୁ ଆଗେଇ ଆସିବାକୁ ଅନୁରୋଧ କରିଛନ୍ତି।
ପ୍ରମୁଖ ଖବର
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ