ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜେଡିକୁ ଦାୟିତ୍ବ ଦେଲେ ନବୀନ

0

ଭୁବନେଶ୍ବର: କଂଗ୍ରେସ କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢାଇଛି।ବିଜେପି ରାଜ୍ୟ ସଭାପତି ମଧ୍ୟ ଆହ୍ବାନ ଦେଇସାରିଥିଲେ। ଶେଷରେ ବିଜେଡି ଏବେ ସାମ୍ନାକୁ ଆସିଛି। ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓଡ଼ିଶାର ସାଢ଼େ ୪କୋଟି ଜନସାଧାରଣଙ୍କୁ ଧୈର୍ଯ୍ୟର ସହ ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ରକ୍ତଦାନ ଓ ଭୋକିଲାଙ୍କୁ ଖାଦ୍ୟ ଦାନ ଭଳି ମହତ କାମ କରିବା ଲାଗି ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦେଶ ମିଳିଛି। ଆଜି ବିଜେଡି ସାଧାରଣ ସଂପାଦକ (ମୁଖ୍ୟାଳୟ) ଏ ନେଇ ଏକ ବିବୃତି ଜାରି କରିଛନ୍ତି।

ଏଥିରେ କୁହାଯାଇଛି. ରାଜ୍ୟ ଏକ ଭୟଙ୍କର ସଙ୍କଟ ଭିତରେ ଗତି କରୁଛି। ଏଭଳି ଏକ ସଙ୍କଟ ପୂର୍ଣ୍ଣ ସମୟରେ ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ ନିବେଦନ କରୁଛି ଯେ, ସମସ୍ତେ ନିଜ ନିଜ ଅଞ୍ଚଳର ଜଣେବି ବ୍ୟକ୍ତିକୁ ଭୋକିଲା ରହିବାକୁ ଦେବେ ନାହିଁ । ପ୍ରତି ଭୋକିଲା ବ୍ୟକ୍ତିକୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରି ଏଭଳି ସମୟରେ ବିଭୁକ୍ଷ ଲୋକଙ୍କ ପାଖରେ ଛିଡ଼ାହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ। ଏଭଳି କାର୍ଯ୍ୟକୁ ଏକ ସାମାଜିକ ଦାୟିତ୍ୱ ଭାବରେ ଗ୍ରହଣ କରିବା ପାଇଁ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ନିର୍ଦ୍ଦେଶକୁ ଅନୁପାଳନ କରିବା ସହ ଏଭଳି ଏକ ଆପାତ୍ତକାଳୀନ ସ୍ଥିତିରେ ଜନସାଧାରଣ ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ଘୋଷଣା କରାଯାଉଥିବା ଗାଇଡ଼ ଲାଇନକୁ ଅନୁପାଳନ କରନ୍ତୁ। ଯଦି କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରକୁ ଯାଉଛନ୍ତି ତେବେ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଏହି ଆହ୍ଵାନ କୁ ଗ୍ରହଣ କରିବା ସହିତ ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ନିବେଦନ କରାଯାଇଛି।

ବିଜେଡି କହିଛି, ସମସ୍ତ ନିର୍ବାଚିତ ପ୍ରତିନିଧି(ଏମପି, ଏମଏଲଏ), ପୌର ପରିଷଦ, ମହାନଗର ନିଗମର ସମସ୍ତ ପ୍ରତିନିଧି ବ୍ଲକ ଚେୟାରମେନ ତଥା ସମସ୍ତ ନିର୍ବାଚିତ ପ୍ରତିନିଧି ତଥା ବିଜୁ ଜନତା ଦଳର ଅଗଣିତ କର୍ମୀ ମାନଙ୍କୁ ନିବେଦନ ସେମାନେ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ରକ୍ତ ଅଭାବକୁ ମୁକାବିଲା କରିବା ଦରକାର। ଏହି ଘଡିସନ୍ଧି ସମୟରେ ଆମେ ଆମର ସାମାଜିକ ଦାୟିତ୍ୱ ନିର୍ବାହ କରିବା ସହିତ ମୁଖ୍ୟମନ୍ତ୍ରୀ କ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ତାହାକୁ ଆହ୍ବାନ ଭାବେ ଗ୍ରହଣ କରିବାକୁ ଶ୍ରୀ ଦାସବର୍ମା ନିବେଦନ କରିଛନ୍ତି।

Leave A Reply

Your email address will not be published.