ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନିରାଡ଼ମ୍ବରରେ ହେବ ବିଜୁ ଶ୍ରାଦ୍ଧ ଦିବସ

0

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଶିଷ୍ଟ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏଥି ସହ ପ୍ରବାଦ ପୁରୁଷଙ୍କ ଦେଶ ତଥା ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୁତ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ। ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରହିବ।

ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଭାପତି ଦଳର ପ୍ରତିଟି କର୍ମୀ,ନେତାଙ୍କୁ ନବୀନ ନିବେଦନ କରିଛନ୍ତି।। ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉସର୍ଗ୍ରୀକୃତ ମନୋଭାବକୁ ସବୁଦିନ ମନେ ରଖିବି ବୋଲି ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.