ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଟିକେ ଟାଣ କରି କହିଲା କଂଗ୍ରେସ

0

ଭୁବନେଶ୍ବର: କରୋନା ମୁକାବିଲା ପ୍ରସଙ୍ଗକୁ ଧରି କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବା ଆରମ୍ଭ କରିଛି। ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରେସବାର୍ତ୍ତା ଜରିଆରେ କହିଛନ୍ତି ଯେ ଓଡିଶାରେ କରୋନା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ବିଶେଷକରି ଗଞ୍ଜାମ ଜିଲ୍ଲାରେ ୪୦ ହଜାରରୁ ଅଧିକ ଲୋକ ଆସି ପହଂଚିଲେଣି। ଆହୁରି ମଧ୍ୟ ଆସିବେ। ସେମାନଙ୍କର ସଂପୂର୍ଣ୍ଣ ବ୍ୟବସ୍ଥା ଖାଲି ୩ ଜଣ ପ୍ରଶାସନିକ ଅଧିକାରୀଙ୍କୁ ଦେଇଦେଲେ ହେବନାହିଁ । ଅନ୍ୟାନ୍ୟ ସହଯୋଗୀ କାର୍ଯ୍ୟକ୍ରମ ସେଠାରେ ଆରମ୍ଭ କରିବାର ଆବଶ୍ୟକତା ରହିଛି ।

ଶ୍ରୀ ପଟ୍ଟନାୟକ କହିଥିଲେ, ବାଚସ୍ପତି ମହାଶୟ ନିଜେ କାଲି ଗଣମାଧ୍ୟମ ଜରିଆରେ କହିଥିଲେ ଯେ ଗାଁ ମଝିରେ କ୍ୱାରେନ୍‌ଟାଇନ୍ ସେଣ୍ଟର ଖୋଲାଯାଇଛି । ରାତିରେ କେହି ରହୁନାହାନ୍ତି, ଘରକୁ ପଳାଉଛନ୍ତି । ତେଣୁ ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ସୁଧାରୁ ରୂପେ କରିବାକୁ ସେ ସରକାରଙ୍କୁ ନିବେଦନ କରିଛନ୍ତି।

ସେ ଆହୁରି କହିଛନ୍ତି ଯେ ଆମେ ଯାହା ସରକାରଙ୍କୁ ପ୍ରସ୍ତାବ ଦେଲୁ ସରକାର ଆମ କଥା ଶୁଣିଲେ ନାହିଁ । ଏବେ ମଧ୍ୟ ସମୟ ଅଛି ସେଠାକାର ବିଭିନ୍ନ ରାଜନୈତିକ ଲୋକ, ସେବାକାରୀ ସଂସ୍ଥା, ନାଗରିକ ସମାଜକୁ ନେଇ ସେଠାରେ ମନୋବଳ ସୃଷ୍ଟି କରାଯାଉ। କାରଣ ଅନ୍ୟାନ୍ୟ ଜିଲ୍ଲାର ଯେଉଁମାନେ ଦାଦନ ଶ୍ରମିକ ଖଟିବାକୁ ରାଜ୍ୟ ବାହାରକୁ ଯାଇଛନ୍ତି, ସେମାନେ ଫେରି ନାହାନ୍ତି । ଫେରିଲେ ଗଞ୍ଜାମ ଭଳି ଭୟାବହ ସ୍ଥିତି
ଦେଖାଯାଇପାରେ। ଏହାଛଡା ଗଞ୍ଜାମ ଜିଲ୍ଲାରେ ବିଗୁଡୁଥିବା ସ୍ଥିତି ତୁଳନାରେ ମାତ୍ର ୨୦୦ ବେଡ୍ ଥିବା
ହସ୍‌ପିଟାଲ ବ୍ୟବସ୍ଥା କରାଯାଇଛି । ତେଣୁ ସଂକ୍ରମଣକୁ କେମିତି ଆୟତ କରାଯିବ ତାହା ଏବେ ବଡ ପ୍ରଶ୍ନ ।

ଯେଉଁଠି ଆବଶ୍ୟକତା ନାହିଁ, ସେଠରେ ଅଧିକ ବେଡ୍‌ର କୋଭିଡ୍ ବ୍ୟବସ୍ଥା କରିଛନ୍ତି ସରକାର । କିନ୍ତୁ
ଯେଉଁଠି ଆବଶ୍ୟକତା ଅଛି ସେଠାରେ ବ୍ୟବସ୍ଥା କରାଯାଇନାହିଁ । ତେଣୁ ଏହି ଅସୁବିଧାକୁ ଦୃଷ୍ଟିରେ ରଖି
ସରକାର ବର୍ତମାନ ଉଚିତ୍ ପଦକ୍ଷେପ ନେବା ନିହାତି ଆବଶ୍ୟକ । ଆମେ ସରକାରଙ୍କୁ ନିବେଦନ କରୁଛୁ ଓଡିଆ ଗରିବମାନଙ୍କୁ ବଂଚାନ୍ତୁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

Leave A Reply

Your email address will not be published.