ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଅଚଳ,ଅବୈଧ ଫାଷ୍ଟଟ୍ୟାଗ ଗାଡିରୁ ୨ଗୁଣା ଟୋଲ ଫି

0

ଭୁବନେଶ୍ବର: ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ଟୋଲ (ପଥକର) ଆଦାୟ ସଂକ୍ରାନ୍ତ ନିୟମର ସଂଶୋଧନ କରାଯାଇ ଏକ ବିଜ୍ଞପ୍ତି ଚଳିତ ମାସ 15 ତାରିଖରେ ଜାରି କରାଯାଇଛି । ଏହା ଫଳରେ ୨୦୦୮ର ଜାତୀୟ ରାଜମାର୍ଗ ଦେୟ (ଦେୟ ନିର୍ଦ୍ଧାରଣ ଓ ସଂଗ୍ରହ) ଆଇନ ବଦଳିଛି ।

ନୂତନ ବିଜ୍ଞପ୍ତି ଅନୁସାରେ କୌଣସି ଯାନରେ ଯଦି ଫାଷ୍ଟଟ୍ୟାଗ ଲାଗିନଥିବ କିମ୍ବା ଏହା ଅଚଳ ଅଥବା ଅବୈଧ ହୋଇଥିବ, ତେବେ ସେଭଳି ଯାନ ଉପରେ ଗାଡିର ଶ୍ରେଣୀ ବିଭାଗ ଅନୁସାରେ ଦୁଇଗୁଣ ଟୋଲ ଫି (ପଥକର) ଆଦାୟ ହେବ । ଏଭଳି ଯାନ ଲାଗି ଟୋଲ ପ୍ଲାଜାର ଫାଷ୍ଟଟ୍ୟାଗ ଲେନକୁ ପ୍ରବେଶ କରେ ତେବେ ସେଥିରୁ ସ୍ୱାଭାବିକ ଟୋଲ ଠାରୁ ଦୁଇଗୁଣ ଅର୍ଥ ଆଦାୟ କରାଯିବାର ବ୍ୟବସ୍ଥା ହୋଇଛି ।

ଏହି ସଂଶୋଧନ ପୂର୍ବରୁ ଗାଡି ବ୍ୟବହାରକାରୀଙ୍କୁ ବିନା ଫାଷ୍ଟଟ୍ୟାଗରେ ଟୋଲ ପ୍ଲାଜାର ଫାଷ୍ଟଟ୍ୟାଗ ଡେଡିକେଟେଡ୍ ଲେନରେ ପ୍ରବେଶ କଲେ ଦୁଇଗୁଣ ଟୋଲ ଫି ଦେବାକୁ  ପଡୁଥିଲା ।

Leave A Reply

Your email address will not be published.