ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କୃଷିବିଭାଗ ବାବୁଙ୍କୁ ସଦର ମହକୁମା ଛାଡ଼ିବା ମନା

0
  • ଖରିଫ ଚାଷ ପରିପ୍ରେକ୍ଷୀରେ କୃଷିବିଭାଗର ବରିଷ୍ଠ ଅଧିକାରୀଙ୍କ ବୈଠକ
  • ବିଭାଗର ଅଧିକାରୀମାନଙ୍କୁ କଡ଼ା ତାଗିଦ କଲେ ମନ୍ତ୍ରୀ ଅରୁଣ ସାହୁ
  • ବିହନ ଓ ସାର ଯୋଗାଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଇଛି
  • ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ

ଭୁବନେଶ୍ୱର: ଚଳିତ ଖରିଫରେ ଚାଷୀମାନଙ୍କୁ ଉନ୍ନତ ବିହନ, ସାର ଏବଂ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ବିହନ ଓ ସାର ଆବଶ୍ୟକ ଅନୁସାରେ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବା ପାଇଁ ଜିଲ୍ଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ଶସକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ଏଥିସହିତ କୋଭିଡ଼-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଖରିଫ ଚାଷର ଗୁରୁତ୍ୱକୁ ଦୃଷ୍ଟିରେ ରଖି କୃଷି ଅଧିକାରୀ ଓ କର୍ମଚାରୀମାନଙ୍କୁ ସଦର ମହକୁମା ଛାଡି ନ ଯିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଛନ୍ତି ।

ଆଜି ପୂର୍ବାହ୍ନରେ କୃଷି ଭବନଠାରେ ଆୟୋଜିତ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲା ଦାୟିତ୍ୱରେ ଥିବା
ନୋଡାଲ ଅଧିକାରୀମାନଙ୍କ ବୈଠକରେ ଅଧ୍ୟକ୍ଷତାକରି ମନ୍ତ୍ରୀ ଡ଼ଃ ସାହୁ ବିହନ ଓ ସାର ଯୋଗାଣ ସଂପର୍କରେ
ସମୀକ୍ଷା କରିଥିଲେ । ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟରେ ଖରିଫ ଚାଷକୁ ପ୍ରାଥମିକତା ପ୍ରଦାନ କରି କୃଷିକାର୍ଯ୍ୟକୁ ଆଗେଇ ନେବାପାଇଁ କୃଷି ଅଧିକାରୀମାନଙ୍କୁ ଅଧିକ ତତ୍ପରତା ପ୍ରକାଶ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଥିଲେ । ଜୁନ ୧ ତାରିଖରୁ ୧୦ ତାରିଖ ମଧ୍ୟରେ ସମସ୍ତ ନୋଡାଲ ଅଧିକାରୀ ସେମାନଙ୍କ ଦାୟିତ୍ୱରେ ଥିବା ଜିଲ୍ଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ବୈଠକରେ ସୋସିଆଲ୍ ମିଡିଆର ବହୁଳ ଉପଯୋଗ କରି ଚାଷୀମାନଙ୍କୁ ସିଧାସଳଖ ସୂଚନା ପ୍ରଦାନ ଓ
ପରାମର୍ଶ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ପ୍ରତି ପଂଚାୟତରେ ହ୍ୱାଟ୍‌ସ୍‌ଆପ୍ ଗ୍ରୁପ ଗଠନ କରି ଏଥିରେ ଅଧିକରୁ ଅଧିକ ଚାଷୀମାନଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ଡ଼ଃ ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ କୋଭିଡ଼୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୁରତ୍ୱ, ମାସ୍କ ପରିଧାନ ଏବଂ ସାନିଟାଇଜେସନ୍ କୁ କଡାକଡ଼ି ଭାବରେ ଅନୁପାଳନ କରିବାକୁ ମନ୍ତ୍ରୀ ଡ଼ଃ ସାହୁ କହିଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି
ଓ ଖାଦ୍ୟ ଉତ୍ପାଦନର ନିର୍ଦ୍ଦେଶକ ଡ଼ଃ ଏମ୍‌. ମୁଥୁ କୁମାରଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.