ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଶ୍ରୀଜଗନ୍ନାଥଙ୍କ ଠାରୁ ନବୀନଙ୍କ ବର୍ଷ ପୂର୍ତି କାର୍ଯ୍ୟକ୍ରମ

0
  • ୨୯ ତାରିଖରୁ ଶ୍ରୀଜଗନ୍ନାଥ ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ବିକାଶ କାମ ଆରମ୍ଭ
  • ବିନ୍ଦୁସାଗର ଜଳ ବିଶୋଧନ ପାଇଁ ରସାୟନ ପ୍ରତିଷ୍ଠାନ ସହ ହେବ ବୁଝାମଣା
  • ୨୦୧୯ ମେ ୨୯ରେ ନବୀନ ପଞ୍ଚମପାଳିର ଶାସନ ଭାର ଗ୍ରହଣ କରିଥିଲେ

ଭୁବନେଶ୍ବର: ରାଜ୍ୟ ସରକାର ପୁଣି ଥରେ ପୁରୀ ମନସ୍କ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡ଼ିଓ କନଫରେନ୍ସିଂ ଜରିଆରେ ନିର୍ଦେଶ ଦେଇଛନ୍ତି ଯେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ବ ବିକାଶ ଓ ଶ୍ରୀ ଲିଙ୍ଗରାଜ ମନ୍ଦିରର ଉନ୍ନତି କାମ ଆସନ୍ତା ୨୯ ତାରିଖରୁ ହେବା ଦରକାର। ପଞ୍ଚମପାଳିର ପ୍ରଥମ ବର୍ଷ ପୂର୍ତି ଅବସରରେ ସେହି ଦିନ ନବୀନ ଏହି କାମକୁ ପୁଣି ଥରେ ଆରମ୍ଭ କରିବାକୁ ଯୋଜନା କରିଛନ୍ତି। ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ସାମ୍ନାରେ ପୁରୀ ବିକାଶର ନକ୍ସା ଆଙ୍କିଥିଲେ।

ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ କେଉଁ ପ୍ରକଳ୍ପ କେତେ ବାଟ ଆଗେଇଛି, ସେ କଥା ଜାଣିବାକୁ ଚାହିଁଥିଲେ ମୁଖ୍ୟମନ୍ତ୍ରୀ। କୁହାଯାଇଥିଲା, ଶ୍ରୀ ସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମହୋଦଧି ମାର୍କେଟ କଂପ୍ଲେକ୍ସ ଓ ମୂଷା ନଦୀ ସଂପ୍ରସାରଣ ପ୍ରକଳ୍ପର ଜମି ଅଧିଗ୍ରହଣ ଜାରି ରହିଛି। ଆଉ ଅଳ୍ପବାକି ରହିଛି। ଏହା ଆସନ୍ତା ଦୁଇ କିମ୍ବା ତିନିମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ। ଏହାସହିତ ଶ୍ରୀଜଗନ୍ନାଥ ହେରିଟେଜ କରିଡ଼ର, ବଡ଼ଦାଣ୍ଡ ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଲଡିଂ ପୁନଃବିକାଶ ପ୍ରକଳ୍ପ, ଜଗନ୍ନାଥ କେନ୍ଦ୍ର ସଂସ୍କୃତି ପ୍ରକଳ୍ପ ନକ୍ସା ପ୍ରସ୍ତୁତ କରାଯାଇଛି।

ସେହିଭଳି ଶ୍ରୀଲିଙ୍ଗରାଜ ମନ୍ଦିର ବିକାଶ କାର୍ଯ୍ୟ ପ୍ରକ୍ରିୟା ବି ଜାରି ରହିଛି। ଜମି ଅଧିଗ୍ରହଣ ଖୁବ୍ ଶୀଘ୍ର ହେବ ବୋଲି ଅଧିକାରୀମାନେ ବୈଠକରେ କହିଥିଲେ। ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତୀ ଅଞ୍ଚଳର ବିକାଶ ପାଇଁ ଖୁବ୍ ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ବୈଜ୍ଞାନିକ ପଦ୍ଧତିରେ କିଭଳି ବିନ୍ଦୁସାଗର ଜଳକୁ ବିଶୋଧନ କରାଯିବ ସେ ନେଇ ଭାରତର ରସାୟନ ପ୍ରତିଷ୍ଠାନ ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷର ହେବ।

ଲକଡାଉନ କାରଣରୁ ଦୁଇମାସ ପାଇଁ କାମ ବନ୍ଦ ରହିଥିଲା। ସମାଜିକ ଦୂରତ୍ବରଖି କାର୍ଯ୍ୟ ଆରମ୍ଭ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ଏହି ବୈଠକରେ , ମୁଖ୍ୟଶାସନ ସଚିବ ଅସିତ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା ଆର ବାଲକ୍ରିଷ୍ଣନ୍, ଉନ୍ନୟନ କମିସନର ଆର ବାଲକ୍ରିଷ୍ଣନ୍, ୫ଟି ସଚିବ ଭି କାର୍ତିକେୟନ୍ ପାଣ୍ଡିଆନ୍, ପୂର୍ତ ସଚିବ କ୍ରିଷନ୍ କୁମାର, ପୁରୀ ଜିଲ୍ଲାପାଳ ପ୍ରମୁଖ ଯୋଗଦେଇଥିଲେ।

Leave A Reply

Your email address will not be published.