ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଭୂମିହୀନଙ୍କ ଚାଷୀ ପାଇଁ ନବୀନଙ୍କ ବଡ଼ ଯୋଜନା

0

କୃଷି ଋଣ ଯୋଗାଇବା ପାଇଁ ରାଜ୍ୟର ଅଭିନବ ଯୋଜନା ‘ବଳରାମ’
୧୦୪୦ କୋଟି ଟଙ୍କାର ଋଣ ଯୋଗାଣ ଲକ୍ଷ୍ୟ, ୭ଲକ୍ଷ ଚାଷୀଙ୍କୁ ନଜର

ଭୁବନେଶ୍ବର: ଭୂମିହୀନ ଚାଷୀମାନଙ୍କୁ କୃଷି ଋଣ ଯୋଗାଇବା ନିମନ୍ତେ ରାଜ୍ୟ ସରକାରଙ୍କ ନୂତନ ଯୋଜନା ବଳରାମ ଆରମ୍ଭ କରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଜଏଣ୍ଟ୍ ଲିଆବିଲିଟି ଗ୍ରୁପ୍ (ଜେ.ଏଲ୍.ଜି) ମାଧ୍ୟମରେ ଭୂମିହୀନ ଚାଷୀମାନଙ୍କୁ ଋଣ ଦେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ତରରେ ଇମେଜ ଏବଂ ଜିଲ୍ଲାସ୍ତରରେ ଆତ୍ମା ସଂସ୍ଥା ଏହି କାର୍ଯ୍ୟକ୍ରମର ସଂଯୋଜନା କରିବେ। ଗ୍ରାମାଞ୍ଚଳ ଏବଂ ଛୋଟ ଛୋଟ ସହର ଅଞ୍ଚଳ ମାନଙ୍କରେ ବିଭିନ୍ନ ବ୍ୟାଙ୍କ୍ ଏବଂ ପ୍ରାଥମିକ କୃଷି ସମବାୟ ସଂସ୍ଥାର ପ୍ରାୟ ୭୦୦୦ ଶାଖା ଥିବା ଜଣାପଡିଛି। ପ୍ରତି ବ୍ୟାଙ୍କ୍ ବ୍ରାଞ୍ଚକୁ ଚଳିତ ବର୍ଷ ଅତି କମ୍ ରେ ୧୦ଟି ଜେ.ଏଲ୍.ଜି ଙ୍କୁ ଋଣ ଦେବା ପାଇଁ କୁହାଯାଇଛି। ଏହା ଫଳରେ ପ୍ରାୟ ୭୦,୦୦୦ ଗ୍ରୁପ୍ ଚଳିତ ବର୍ଷ କୃଷି ଋଣ ପାଇପାରିବେ। ଗୋଟିଏ ଗ୍ରୁପ୍ରେ ୫ ଜଣ ଚାଷୀ ରହିବେ ବର୍ଷକୁ ୩.୫ ଲକ୍ଷ ଚାଷୀ ହିସାବରେ ୨ ବର୍ଷ ମଧ୍ୟରେ ପ୍ରାୟ ୭ ଲକ୍ଷ ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ପ୍ରତି ଗ୍ରୁପ୍ ୧.୬୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇପାରିବେ।

କୃଷକ ସାଥୀ ଏବଂ ଗ୍ରାମ କୃଷି କର୍ମଚାରୀମାନେ ଗ୍ରୁପ୍ ଗଠନ କରି ସେମାନଙ୍କୁ ବ୍ୟାଙ୍କ୍ ମାନଙ୍କ ସହ ସଂଯୋଜନା କରିବେ। ଋଣ ଯୋଗାଣ ଏବଂ ଋଣ ପୈଠ ଆଦିରେ ସହାୟତା କରିବେ। ଏହି କାର୍ଯ୍ୟ ପାଇଁ ସେମାନଙ୍କୁ ଜିଳ୍ଲାସ୍ତରୀୟ ଆତ୍ମା ସଂସ୍ଥା ମାଧ୍ୟମରେ ପ୍ରୋତ୍ସାହନ ଦେବା ପାଇଁ ବୈଠକରେ ସ୍ଥିର ହୋଇଥିଲା। ଏହି କ୍ଷେତ୍ରସ୍ତରୀୟ କର୍ମଚାରୀ ମାନଙ୍କୁ ସଠିକ୍ ଭାବେ ତାଲିମ୍ ଓ ଅନୁପ୍ରେରଣା ଦେବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ତ୍ରିପାଠୀ ନିର୍ଦ୍ଦେଶ ଦେଇଥିଲେ।

ଭୂମିହୀନ ଚାଷୀମାନଙ୍କୁ ଏହି ଋଣ ସାଧାରଣ କୃଷି ଋଣ ଆକାରରେ ଦିଆଯିବ। ଏହାର ସୁଧ ହାର ଏବଂ ସୁଧ ରିହାତି ଆଦି ରାଜ୍ୟ ସରକାରଙ୍କ କୃଷି ଋଣ ନିୟମ ଅନୁଯାୟୀ ହେବ। ନାବାର୍ଡର ଓଡ଼ିଶା ମୁଖ୍ୟ ମହା ପ୍ରବନ୍ଧକ ଚନ୍ଦ୍ର ଶେଖର କହିଛନ୍ତି ଯେ “ରାଜ୍ୟ ସରକାରଙ୍କ ଏହି ଯୋଜନା ଏକ ଅଭିନବ ପ୍ରୟାସ । ଅନ୍ୟ କୌଣସି ରାଜ୍ୟରେ ଏହା କାର୍ଯ୍ୟକାରୀ ହୋଇନାହିଁ ।ଏହି ଯୋଜନା ସଫଳ ହେଲେ ସମଗ୍ର ଦେଶ ପାଇଁ ଏକ ମଡେଲ୍ ହେବ”।

ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଓ କୃଷକ ସଶକ୍ତିକରଣ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ୍ ଯାଦବ, ନାବାର୍ଡାର ମୁଖ୍ୟ ପରିଚାଳନା ପ୍ରବନ୍ଧକ ଚନ୍ଦ୍ର ଶେଖରଙ୍କ ସମେତ ରାଜ୍ୟ ସମବାୟ ବ୍ୟାଙ୍କ୍, ରାଜ୍ୟସ୍ତରୀୟ ବ୍ୟାଙ୍କ୍ ସମନ୍ୱୟ କମିଟି ଏବଂ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Leave A Reply

Your email address will not be published.