ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

୫ମାସ ମାଗଣା ଡାଲି ଓ ଚାଉଳ

0

କରୋନା ସଂକ୍ରମଣ ଏବଂ ତଦ୍‌ଜନିତ ଲକ୍‌ଡାଉନ ଓ ସଟ୍‌ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ।
ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।

Leave A Reply

Your email address will not be published.