ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜଳଜୀବନ ମିସନରେ ଓଡ଼ିଶାକୁ ଏବର୍ଷ ମିଳିଛି ୮୧୨କୋଟି

0
  • ରାଜ୍ୟର ଗ୍ରାମାଂଚଳର ସବୁ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପହଁଚାଇବା ଲକ୍ଷ୍ୟ
  • ୨୦୨୪ ସୁଦ୍ଧା ଦେଶର ପ୍ରତ୍ୟେକ ଘରକୁ ପାନୀୟ ଜଳ ପହଞ୍ଚାଇବାର ଲକ୍ଷ୍ୟ
  • ସ୍ୱଚ୍ଛତା ପରେ ଜଳ ସୁରକ୍ଷା ଆକାଂକ୍ଷୀ ଭାରତର ହୋଇଛି ନୂଆ ସଂକଳ୍ପ
  • ପ୍ରଧାନମନ୍ତ୍ରୀଙ୍କ ଜଳ ଯୋଗାଣ ପ୍ରକଳ୍ପ ଘରୋଇ ଇସ୍ପାତର ଚାହିଦାକୁ ବଢ଼ାଇବ
  • ମୋଦୀଙ୍କ ନିଷ୍ପତ୍ତି ଉପରେ ଟ୍ବିଟ୍ କରି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ବର୍ଷ ବର୍ଷ ଧରି ଜଳର ଅଭାବ ଏବଂ ପିଇବା ପାଇଁ ବିଶୁଦ୍ଧ ପାଣି ଓ ଜଳସେଚନ ଓଡ଼ିଶା ପାଇଁ ବଡ ଆହ୍ୱାନ ସଦୃଶ ହୋଇଛି। ମୋଦୀ ସରକାର ଏହି ଆହ୍ୱାନକୁ ଦୂର କରିବା ସହ ରାଜ୍ୟର ସବୁ ଗାଁର ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପହଞ୍ଚାଇବା ଦିଗରେ କାମ କରୁଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ‘ଜଳ ଜୀବନ ମିସନ’ ପ୍ରସଙ୍ଗରେ ଟ୍ୱିଟ୍ କରି କହିଛନ୍ତି ଯେ ଇଣ୍ଟିଗ୍ରେଟେଡ୍‌ ମ୍ୟାନେଜମେଣ୍ଟ ଇନଫରମେସନ୍ ସିଷ୍ଟମ(ଆଇଏମଆଇଏସ) ଅନୁସାରେ ପାନୀୟ ଜଳ ଓ ପରିମଳ ବିଭାଗର ତଥ୍ୟନୁଯାୟୀ, ୨୦୧୯ ଡିସେମ୍ବର ୩୦ ସୁଦ୍ଧା ଓଡ଼ିଶାର ଗ୍ରାମାଞ୍ଚଳର ୮୧.୨୫ ଲକ୍ଷ ଘରୁ ମାତ୍ର ୪ ପ୍ରତିଶତରୁ କମ୍ ପରିବାର ପାଇପ୍ ଯୋଗେ ଜଳର ସୁବିଧା ପାଉଛନ୍ତି। ଭାରତ ସରକାର ଗ୍ରାମାଞ୍ଚଳର ସମସ୍ତ ଘରକୁ ପାଇପରେ ପାଣି ପହଞ୍ଚାଇବା ପାଇଁ କାମ କରୁଛନ୍ତି ।

ଓଡ଼ିଶାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରାଜ୍ୟରେ ଜଳ ସୁରକ୍ଷାକୁ ସୁଦୃଢ଼ ଦିଗରେ ପ୍ରୋତ୍ସାହନ ଯୋଗାଉଛନ୍ତି । ୨୦୨୦-୨୧ ଆର୍ଥିକ ବର୍ଷ ‘ଜଳ ଜୀବନ ମିସନ’ ଅଧୀନରେ ଓଡ଼ିଶାକୁ ୮୧୨ କୋଟି ଅନୁଦାନ ମିଳିଛି। ପୂର୍ବ ବର୍ଷ ଏହି ଯୋଜନାରେ ରାଜ୍ୟକୁ ୨୯୭ କୋଟି ଟଙ୍କା ମିଳିଥିଲା ବୋଲି ଶ୍ରୀ ପ୍ରଧାନ ସୂଚାଇଛନ୍ତି।

ସେ କହିଛନ୍ତି ଆଜି ବିଶୁଦ୍ଧ ପାନୀୟ ଜଳ ଲୋକଙ୍କ ଦୈନଦିନ ଜୀବନର ଆଧାର ହୋଇଛି । ସ୍ୱଚ୍ଛତା ପରେ ଜଳ ସୁରକ୍ଷା ଆକାଂକ୍ଷୀ ଭାରତର ନୂଆ ସଂକଳ୍ପ ହୋଇଛି। ୨୦୨୪ ସୁଦ୍ଧା ପ୍ରତ୍ୟେକ ଘରକୁ ପାନୀୟ ଜଳ ପହଞ୍ଚାଇବାର ଲକ୍ଷ୍ୟ ନେଇ ମୋଦୀ ସରକାର କାମ କରୁଛନ୍ତି। ଦୈନିକ ୧ ଲକ୍ଷରୁ ଉର୍ଦ୍ଧ୍ୱ ପରିବାରକୁ ପାଇପ୍ ଯୋଗେ ପାନୀୟ ଜଳ ପହଞ୍ଚାଇବାରେ କେନ୍ଦ୍ର ସଫଳ ହୋଇଛି। ସମସ୍ତ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପ ଘରୋଇ ଇସ୍ପାତର ଚାହିଦାକୁ ବଢ଼ାଇବ, ରୋଜଗାର ସୃଷ୍ଟି କରିବ ଏବଂ ମେକ୍ ଇନ୍ ଇଣ୍ଡିଆକୁ ସୁଦୃଢ଼ କରିବା ସହ ଆତ୍ମନିର୍ଭର ଭାରତ ନିର୍ମାଣ କଳ୍ପନାରେ ବଡ଼ ଯୋଗଦାନ ରହିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.