ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡ଼ିଶାରେ କରୋନା ଲକ୍ଷେ ଟପିଲା

0

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ଟପିଯାଇଛି। ଆଜି ୩୦୧୪ ଜଣଙ୍କ ଠାରେ କରୋନା ଠାବ ପରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୯୩୪ ଛୁଇଁଛି। ପାଖାପାଖି ୧୭ଲକ୍ଷ ୩୧ ହଜାର ୫୫୬ଟି ନମୁନା ପରୀକ୍ଷଣରୁ ଏତିକି ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରିପୋର୍ଟ ଲେଖା ହେବା ବେଳକୁ ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ହଜାର ୬୮୫ଜଣ ବିଭିନ୍ନ ହସ୍ପିଟାଲ ବା ଘରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଛନ୍ତି। ଶନିବାର ସୁଦ୍ଧା ରାଜ୍ୟରେ କରୋନା ସୁସ୍ଥ ହାର ଜାତୀୟ ହାରଠାରୁ ମଧ୍ୟ କମ୍ ରହିଛି।

ଗଞ୍ଜାମ ପରେ ସଂପ୍ରତି ଖୋର୍ଧା ଜିଲ୍ଲାରେ କରୋନା ଶୀର୍ଷ ଛୁଇଁଛି। ଆଜି ଦଶଟି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦ ଉପରେ ରହିଛି। ମୋଟ ୧୨ ଜଣ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୨ରେ ପହଞ୍ଚିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୮୯ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ଖୋର୍ଧାରେ ୬୨ ଜଣ ପ୍ରାଣ ହରାଇଛନ୍ତି।

ସରକାରୀ ରିପୋର୍ଟ କହୁଛି, ହାରାହାରି ୧୫ରୁ ୪୦ବର୍ଷ ବୟସ୍କ ବ୍ୟକ୍ତି ସବୁଠାରୁ ଅଧିକ କୋଭିଡ୍ ସଂକ୍ରମଣର ଶିକାର ହୋଇଛନ୍ତି। ଏମାନଙ୍କ ପରେ ୪୧ରୁ ୬୦ବର୍ଷ ବୟସ୍କ ବ୍ୟକ୍ତି ଅଛନ୍ତି। ୫୬୨୩ଜଣଙ୍କ ବୟସ ୧୪ବର୍ଷ ଭିତରେ ହୋଇଥିବା ବେଳେ ୮୧୯୧ ଜଣ ୬୦ବର୍ଷରୁ ଅଧିକ ବୟସ୍କ ବୋଲି ରିପୋର୍ଟ କହୁଛି। ସେହିଭଳି ମୋଟ ସଂକ୍ରମିତଙ୍କ ମଧ୍ୟରେ ୬୮ ପ୍ରତିଶତ ପୁରୁଷ ଓ ୩୨ ପ୍ରତିଶତ ମହିଳା ଥିବା ସୂଚନା ମିଳିଛି।

Leave A Reply

Your email address will not be published.