ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଲୋକଙ୍କ ଆର୍ଥିକ ସୁରକ୍ଷା ଚିନ୍ତା କଲେ ନବୀନ

0
  • ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ତଦାରଖ କରିବାକୁ ଡିଜିଙ୍କୁ ନିର୍ଦ୍ଦେଶ
  • ଆରୋଗ୍ୟଙ୍କ ସଂଖ୍ୟା ୧.୨୫ ଲକ୍ଷ, ଗତ ୫ ସପ୍ତାହର ଏକ ଲକ୍ଷ ଆରୋଗ୍ୟ


ଭୁବନେଶ୍ବର: କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।

ଆଜି କୋଭିଡ ପରିଚାଳନା ଵିଷୟରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମନରେଗା ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦିଆଯିବା ଦରକାର। ସେହିପରି କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍‌ ଭାବରେ କାର୍ଯ୍ୟ କରିବା ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏତଦ୍‌ବ୍ୟତୀତ ଚାଷୀ, ମିଶନ ଶକ୍ତିର ମା ମାନେ, ଓ ବୁଣାକାର ମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭାରତର ପ୍ରଥମ ତୈମାସିକ ଆର୍ଥିକ ଅଭିବୃଦ୍ଧି ବିଯୁକ୍ତ ୨୩ ପ୍ରତିଶତ ଥିବାରୁ ଆମର ଲୋକମାନଙ୍କୁ ଏହାର କୁପ୍ରଭାବରୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗର ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ସମସ୍ତ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ରାଜ୍ୟରେ କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୧.୨୫ ହଜାରରେ ପହଞ୍ଚିଥିବାରୁ ଏବଂ କେବଳ ଗତ ୫ ସପ୍ତାହ ମଧ୍ୟରେ ଏକ ଲକ୍ଷରୁ ଅଧିକ ରୋଗୀ ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ କୋଭିଡ ଯୋଦ୍ଧା ତଥା ଡାକ୍ତର, ସ୍ବାସ୍ଥ୍ୟକମୀ ମାନଙ୍କୁ ସେମାନଙ୍କ କାମ ପାଇଁ ଅଭିନଦନ ଜଣାଇଥିଲେ।

ତେବେ ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ବର କଟକରେ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୁଲିସ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୁଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୁଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

ଏହି ବୈଠକରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୃତ୍ୟୁହାର କମ୍ ଥିବା ସୂଚନା ଦେଇଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।

Leave A Reply

Your email address will not be published.