ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲୋକଙ୍କ ଆର୍ଥିକ ସୁରକ୍ଷା ଚିନ୍ତା କଲେ ନବୀନ

0
  • ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ତଦାରଖ କରିବାକୁ ଡିଜିଙ୍କୁ ନିର୍ଦ୍ଦେଶ
  • ଆରୋଗ୍ୟଙ୍କ ସଂଖ୍ୟା ୧.୨୫ ଲକ୍ଷ, ଗତ ୫ ସପ୍ତାହର ଏକ ଲକ୍ଷ ଆରୋଗ୍ୟ


ଭୁବନେଶ୍ବର: କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।

ଆଜି କୋଭିଡ ପରିଚାଳନା ଵିଷୟରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମନରେଗା ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦିଆଯିବା ଦରକାର। ସେହିପରି କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍‌ ଭାବରେ କାର୍ଯ୍ୟ କରିବା ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏତଦ୍‌ବ୍ୟତୀତ ଚାଷୀ, ମିଶନ ଶକ୍ତିର ମା ମାନେ, ଓ ବୁଣାକାର ମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭାରତର ପ୍ରଥମ ତୈମାସିକ ଆର୍ଥିକ ଅଭିବୃଦ୍ଧି ବିଯୁକ୍ତ ୨୩ ପ୍ରତିଶତ ଥିବାରୁ ଆମର ଲୋକମାନଙ୍କୁ ଏହାର କୁପ୍ରଭାବରୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗର ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ସମସ୍ତ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ରାଜ୍ୟରେ କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୧.୨୫ ହଜାରରେ ପହଞ୍ଚିଥିବାରୁ ଏବଂ କେବଳ ଗତ ୫ ସପ୍ତାହ ମଧ୍ୟରେ ଏକ ଲକ୍ଷରୁ ଅଧିକ ରୋଗୀ ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ କୋଭିଡ ଯୋଦ୍ଧା ତଥା ଡାକ୍ତର, ସ୍ବାସ୍ଥ୍ୟକମୀ ମାନଙ୍କୁ ସେମାନଙ୍କ କାମ ପାଇଁ ଅଭିନଦନ ଜଣାଇଥିଲେ।

ତେବେ ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ବର କଟକରେ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୁଲିସ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୁଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୁଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

ଏହି ବୈଠକରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୃତ୍ୟୁହାର କମ୍ ଥିବା ସୂଚନା ଦେଇଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।

Leave A Reply

Your email address will not be published.