ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଆସନ୍ତାକାଲି କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୋଦୀ

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଅଧିକ ପ୍ରଭାବିତ ୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ଭର୍ଚୁଆଲ ବୈଠକରେ କୋଭିଡ ମୁକାବିଲା ପ୍ରସ୍ତୁତି ଓ ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏସବୁ ରାଜ୍ୟ ବା କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଓ ପଞ୍ଜାବ।

ଏହି ସାତଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଦେଶର ୬୩ ପ୍ରତିଶତରୁ ଅଧିକ ସକ୍ରିୟ ମାମଲା ରହିଛି। ସେହିପରି ସମୁଦାୟ ଚିହ୍ନଟ ମାମଲାର ୬୫.୫ ପ୍ରତିଶତ ଓ ସମୁଦାୟ ମୃତ୍ୟୁର ୭ପ୍ରତିଶତ ଏହି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ହୋଇଛି।

ଅନ୍ୟ ପାଞ୍ଚ ରାଜ୍ୟ ସମେତ ପଞ୍ଜାବ ଓ ଦିଲ୍ଲୀରେ କିଛିଦିନ ହେଲା କରୋନା ସଂକ୍ରମଣ ବୃଦ୍ଧି ପାଇଛି। ମହାରାଷ୍ଟ୍ର, ପଞ୍ଜାବ ଓ ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସିଏଫଆର (ରୋଗ ମୃତ୍ୟୁ ହାର)୨ ପ୍ରତିଶତରୁ ଅଧିକ ରହିଛି । ପଞ୍ଜାବ ଓ ଉତ୍ତର ପ୍ରଦେଶ ବ୍ୟତୀତ ଅନ୍ୟ ୫ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ପଜିଟିଭ ହାର, ଜାତୀୟ ହାର (୮.୫୨ ପ୍ରତିଶତ) ଠାରୁ ଅଧିକ ରହିଛି।

Leave A Reply

Your email address will not be published.