ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆସନ୍ତାକାଲି କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୋଦୀ

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଅଧିକ ପ୍ରଭାବିତ ୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ଭର୍ଚୁଆଲ ବୈଠକରେ କୋଭିଡ ମୁକାବିଲା ପ୍ରସ୍ତୁତି ଓ ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏସବୁ ରାଜ୍ୟ ବା କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଓ ପଞ୍ଜାବ।

ଏହି ସାତଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଦେଶର ୬୩ ପ୍ରତିଶତରୁ ଅଧିକ ସକ୍ରିୟ ମାମଲା ରହିଛି। ସେହିପରି ସମୁଦାୟ ଚିହ୍ନଟ ମାମଲାର ୬୫.୫ ପ୍ରତିଶତ ଓ ସମୁଦାୟ ମୃତ୍ୟୁର ୭ପ୍ରତିଶତ ଏହି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ହୋଇଛି।

ଅନ୍ୟ ପାଞ୍ଚ ରାଜ୍ୟ ସମେତ ପଞ୍ଜାବ ଓ ଦିଲ୍ଲୀରେ କିଛିଦିନ ହେଲା କରୋନା ସଂକ୍ରମଣ ବୃଦ୍ଧି ପାଇଛି। ମହାରାଷ୍ଟ୍ର, ପଞ୍ଜାବ ଓ ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସିଏଫଆର (ରୋଗ ମୃତ୍ୟୁ ହାର)୨ ପ୍ରତିଶତରୁ ଅଧିକ ରହିଛି । ପଞ୍ଜାବ ଓ ଉତ୍ତର ପ୍ରଦେଶ ବ୍ୟତୀତ ଅନ୍ୟ ୫ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ପଜିଟିଭ ହାର, ଜାତୀୟ ହାର (୮.୫୨ ପ୍ରତିଶତ) ଠାରୁ ଅଧିକ ରହିଛି।

Leave A Reply

Your email address will not be published.