ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବିଦ୍ୟୁତ ଦର ବୃଦ୍ଧିକୁ ପ୍ରସଙ୍ଗ କଲା ବିଜେପି

0
  • ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନିକୁ ୮୪ କୋଟି ରିହାତି ଦେଇଛନ୍ତି ମୋଦୀ: ଧର୍ମେନ୍ଦ୍ର ପ୍ରଧାନ
  • ଗୋଲକ କହିଲେ, ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର,ନ ଓହରିଲେ ରାସ୍ତାକୁ ଯିବୁ

ନୂଆଦିଲ୍ଲୀ/ଭୁବନେଶ୍ୱର: ବିଦ୍ୟୁତ ଦର ୨୦ ପଇସା ବୃଦ୍ଧି ପ୍ରସଙ୍ଗକୁ ନେଇ ବିଜେପି ଆଜି ବି ରାଜ୍ୟ ସରକାରଙ୍କୁ ଘେରିଛି। ଆଜି ଦଳର ସାଧାରଣ ସଂପାଦକ ଗୋଲକ ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି, ବିଜୁଳି ଦର ବୃଦ୍ଧି ପ୍ରସଙ୍ଗକୁ ନେଇ ଦଳ ସରକାରଙ୍କୁ ନିନ୍ଦା କରୁଛି। ବାସ୍ତବରେ ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର। ୭ ମାସ ତଳେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ବିଜୁଳି ବିତରଣ କମ୍ପାନି ଶୁଣାଣି ବେଳେ କମ୍ପାନି ଗୁଡିକ ଦର ବୃଦ୍ଧି ନେଇ ଦାବି କରିଥିଲେ। ସେ ସମୟରେ କହିଲେ, କୋଭିଡ୍ ଅଛି। ଏବେ ବି କୋଭିଡ ଜାରି ରହିଛି। ଯେତେବେଳେ ଲୋକଙ୍କ ଦୈନିକ ଖର୍ଚ୍ଚ ତୁଲାଇବା କଷ୍ଟକର ସେତେବେଳେ ଦର ବୃଦ୍ଧି ଗ୍ରହଣୀୟ ନୁହେଁ। ଅନ୍ୟାନ୍ୟ ପଡୋଶୀ ରାଜ୍ୟ ଲୋକଙ୍କୁ ବହୁ କମ ମୂଲ୍ୟରେ ବିଜୁଳି ଯୋଗାଉଛନ୍ତି। ବିଭିନ୍ନ କମ୍ପାନି ଉପରେ କୋଟି କୋଟି ଟଙ୍କା ବାକି ପଡିଛି। ଲୋକଙ୍କ ଉପରେ ଦରବୃଦ୍ଧିର ଚାପ ଲଦି ଦିଆଯାଉଛି। ତୁରନ୍ତ ବିଦ୍ୟୁତ ଦର ବୃଦ୍ଧି ନିଷ୍ପତି ପ୍ରତ୍ୟାହାର ନକଲେ ବିଜେପି ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଧମକ ଦେଇଛନ୍ତି।

ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ କରି ନିଜ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି, ସେପ୍ଟେମ୍ବର ୨୫ – ଲକ୍ ଡ଼ାଉନ୍ ସମୟରେ ବିଦ୍ୟୁତ୍ କିଣିବା ପାଇଁ ଓଡ଼ିଶାର ବିଦ୍ୟୁତ୍‌ ବିତରଣ କମ୍ପାନି (ଡ଼ିସକମ) ଗୁଡ଼ିକୁ ଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଦ୍ୱାରା ଦିଆଯାଇଥିବା ୮୪ କୋଟି ଟଙ୍କାର ରିହାତି ଫଳରେ ରାଜ୍ୟରେ ବିଦ୍ୟୁତ୍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ ହୋଇପାରିବ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂହଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟର ବିଦ୍ୟୁତ୍ ବିତରଣ କମ୍ପାନି ଗୁଡ଼ିକୁ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧୀନରେ ଥିବା ଏନଏଚପିସି ୩.୭୮ କୋଟି, ଏନଟିପିସି ୫୬.୮ କୋଟି ଏବଂ ପିଜିସିଆଇଏଲ ପକ୍ଷରୁ ୨୪.୩୫ କୋଟି ରିହାତି ଦିଆଯାଇଛି। କରୋନା ସମୟରେ ଉପଭୋକ୍ତାମାନଙ୍କ ପାଇଁ ନିରନ୍ତର ବିଦ୍ୟୁତ୍ ସରବରାହ ହୋଇପାରିବା ଲକ୍ଷ୍ୟରେ ଏହି ଆର୍ଥିକ ରିହାତି ଦିଆଯାଇଛି। ଓଡ଼ିଶାରେ କରୋନା ଦ୍ୱାରା ପ୍ରଭାବିତ ଶକ୍ତି କ୍ଷେତ୍ର ଏବଂ ବିଦ୍ୟୁତ୍ ବିତରଣ କମ୍ପାନିକୁ ସହାୟତା ପ୍ରଦାନ କରିବା ପାଇଁ ଦୃଢ଼ ପଦକ୍ଷେପ ନେବା ସହ ମୋଦି ସରକାର ନିରନ୍ତର ସହଯୋଗ ଦେଉଛନ୍ତି। ବିଦ୍ୟୁତ୍ ଉତ୍ପାଦନ ଓ ସରବରାହ କମ୍ପାନି ଗୁଡିକ ପକ୍ଷରୁ ଦିଆଯାଇଥିବା ରିହାତି ଦ୍ୱାରା ଅନ୍ତଃରାଜ୍ୟ ବିଦ୍ୟୁତ୍ ସରବରାହ ଚାର୍ଜ ଏବଂ ବିଦ୍ୟୁତ ଚାର୍ଜର ରିହାତି ଉପଭୋକ୍ତାଙ୍କ ପାଖରେ ପହଞ୍ଚିପାରିବ। ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ବିଦ୍ୟୁତ୍‌ ଉପଭୋକ୍ତାମାନେ ଅଧିକ ଉପକୃତ ହୋଇପାରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Leave A Reply

Your email address will not be published.