ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କଳାହାଣ୍ଡିରେ ୩ ଶକ୍ତି ପ୍ରକଳ୍ପ ଲୋକାର୍ପିତ

0
  • ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍‌ ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି feeder line ମଧ୍ୟ ଲୋକାର୍ପିତ କରାଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେଏହି ୩ଟି ଶକ୍ତି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲ୍ଲାର ଜୟପାଟଣା, କୋକସରା ଓ କଲମପୁର ଅଞ୍ଚଳର ୩୦ ହଜାର ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତ ମାନର ବିଶ୍ବସନୀୟ ଓ ନିରବଚ୍ଛିନ୍ନ ବିଦ୍ୟୁତ ସେବା ମିଳିବ। ପାଵାର କଟ୍‌ ସମସ୍ୟା ଦୂର ହେବ ଏବଂ ଚାଷୀ, ମହିଳା ଓ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ। ଆଗାମୀ ଦିନରେ ଜିଲ୍ଲାର ଅନ୍ୟ ଅଞ୍ଚଳକୁ ବିଦ୍ୟୁତ ସେବାର ସଂପ୍ରସାରଣ କରାଯିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଏହି ୨୨୦ କେଭି ଜୟପାଟଣା ଗ୍ରୀଡ ପାଇଁ ୮୨ କୋଟି ଟଙ୍କା ବ୍ୟୟ କରାଯାଇଛି । ଏହି ଗ୍ରୀଡ ଦ୍ବାରା କଳାହାଣ୍ଡିର ଜନସାଧାରଣ ପ୍ରଥମ ଥର ପାଇଁ ଇନ୍ଦ୍ରାବତୀ ପ୍ରକଳ୍ପରୁ ସିଧାସଳଖ ବିଜୁଳି ଶକ୍ତି ପାଇପାରିବେ। ଆଗାମୀ ଦିନରେ ୪୭ କିଲୋମିଟର ଦୀର୍ଘ ଆଉ ଏକ ୧୩୨ କେଭି ଡବଲ୍ ସର୍କିଟ୍ ଲାଇନ୍‌ ଜୁନାଗଡକୁ ସଂଯୁକ୍ତ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ। ବର୍ତ୍ତମାନ ଏହା ଏକ ତ୍ବରିତ ବିକାଶଶୀଳ ଜିଲ୍ଲା ଭାବରେ ପରିଚୟ ସୃଷ୍ଟି କରିପାରିଛି। କୃଷି କ୍ଷେତ୍ରରେ ଜିଲ୍ଲାର ଦ୍ରୁତ ଉନ୍ନତି ହୋଇଛି। ଜଳସେଚନର ସୁବିଧା ପାଇଁ ରେତ ଜଳସେଚନ ପ୍ରକଳ୍ପ ସହିତ ଆହୁରି ଅନେକ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ସରକାରୀ ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଭବାନୀପାଟଣା ସ୍ବୟଂଶାସିତ ମହାବିଦ୍ୟାଳୟକୁ କଳାହାଣ୍ଡି ବିଶ୍ବ ବିଦ୍ୟାଳୟରେ ପରିଣତ କରାଯାଇଛି। ବିଜୁ ଏକ୍‌ସପ୍ରେସ ୱେ ପଶ୍ଚିମ ଓଡିଶାର ଅର୍ଥନୈତିକ ଜୀବନଧାରା ହେବାକୁ ଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଯେ କଳାହାଣ୍ଡି ଜିଲ୍ଲାର ଅର୍ଥନୈତିକ ବିକାଶକୁ ମଧ୍ୟ ଏହା ତ୍ବରାନ୍ବିତ କରିବ।

ବାନେର୍‌ ଠାରେ ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ କଳାହାଣ୍ଡିରେ କୃଷି, ଜଳସେଚନ, ସଡକ ପରିବହନ, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନତି ଆସିଛି। ବିଶେଷକରି ଉଚ୍ଚଶିକ୍ଷା କ୍ଷେତ୍ରରେ ବ୍ୟାପକ ବିକାଶ ହୋଇଛି। ବିଜୁ ଏକ୍‌ସପ୍ରେସ ୱେ ଦ୍ବାରା କଳାହାଣ୍ଡିରେ ଶିଳ୍ପ ବିକାଶ ହେବ ବୋଲି ସେ କହିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।

ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଇନ୍ଦ୍ରାବତୀ ପ୍ରକଳ୍ପ ପରେ କଳାହାଣ୍ଡିରେ ବିକାଶ ଆସିଛି। ବାମ କେନାଲ ତିଆରି ହେବା ପରେ କଳାହାଣ୍ଡି ଜିଲ୍ଲା ଏବେ ଧାନ ଉତ୍ପାଦନରେ ସୁନାମ ଅର୍ଜନ କରିଛି । ଦକ୍ଷିଣ କେନାଲର ନିର୍ମାଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ କଳାହାଣ୍ଡିର କେତେକ ଜନସାଧାରଣ କାର୍ଯ୍ୟକ୍ରମରେ ଭାଗ ନେଇ ବିଦ୍ୟୁତ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ଓପିଟିସିଏଲ୍‌ର ଅଧ୍ୟକ୍ଷ ବିଦ୍ୟୁତ ଭିତ୍ତିଭୂମିର ବିକାଶ ଉପରେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ନର୍ଲା ବିଧାୟକ ଭୂପିନ୍ଦିର ସିଂ, ଉନ୍ନୟନ କମିସନର ଯୋଗ ଦେଇଥିଲେ। ଶକ୍ତି ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କାର୍ତିକେୟନ୍ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave A Reply

Your email address will not be published.