ପ୍ରମୁଖ ଖବର

ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି
ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି
ପୁଣି ସସପେଣ୍ଡ ହେଲେ ତାରା ; ବିଧାୟକ ରମେଶ ଜେନା ମଧ୍ୟ ନିଲମ୍ବିତ । ପୂର୍ବରୁ ୧୨ ଜଣ କଂଗ୍ରେସ ବିଧାୟକ ନିଲମ୍ବିତ ହୋଇଥିଲେ
ସୋନପୁର-ସମ୍ବଲପୁର ମୁଖ୍ୟରାସ୍ତାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟୁପାଲି ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଏକ ବଲେରୋ ଗାଡ଼ିକୁ ହାଇୱା ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି

କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର

0

ଭୁବନେଶ୍ୱର: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି । ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିସର୍ସ ଦ୍ୱାରା ପ୍ରକାଶିତ ତାଙ୍କ କବିତା ପୁସ୍ତକ ‘ସେତେବେଳକୁ ନଥିବି’ ପାଇଁ ସେ ଏହି ସମ୍ମାନ ଲାଭ କରିଛନ୍ତି। କରୋନାଜନିତ କଟକଣାକୁ ଗୁରୁତ୍ୱ ଦେଇ ଏକ ନିରାଡ଼ମ୍ବର ଓ ସଂକ୍ଷିପ୍ତ
ସମାବେଶରେ ଶ୍ରୀ ନାୟକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାକ୍ତଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ବିଶିଷ୍ଟ ଚିତ୍ରକର ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ଇଲା ପଣ୍ଡା ଚିତ୍ରକଳା ସମ୍ମାନ ଓ ସଙ୍ଗୀତଜ୍ଞ ରଞ୍ଜିତ୍ କୁମାର ନାଗଙ୍କୁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ପ୍ରଦାନ କରାଯାଇଥିଲା । ଉଭୟଙ୍କୁ ମାନପତ୍ର ଓ ଫଳକ ସହ ଦେଢ଼ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଟ୍ରଷ୍ଟି ପାରମିତା ପଣ୍ଡା କହିଥିଲେ ଯେ ଚଳିତ ବର୍ଷର ଉତ୍ସବରେ ଆମର କୌଣସି ସଭାମକ୍ତ ନାହିଁ, ପୁରସ୍କାର ପ୍ରଦାନ ପାଇଁ ନିମନ୍ତ୍ରିତ ଅତିଥି ମଧ୍ୟ ନାହାନ୍ତି । କିନ୍ତୁ ଆମେ ଅତିଥିବିହୀନ ହୋଇଛୁ ବୋଲି ମନେ କରୁନାହୁଁ । କାରଣ ସାହିତ୍ୟ ଓ କଳା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଆମେ ଯେଉଁ ତିନିଜଣ ସୁଖ୍ୟାତ ପ୍ରତିଭାଙ୍କୁ ଏଥର ପୁରସ୍କୃତ କରୁଛୁ, ସେମାନେ ହିଁ ଆମ ପାଇଁ ବରେଣ୍ୟ ଅତିଥି।

ପ୍ରକାଶ ଥାଉ କି, ଓଡିଶାର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡଃ ବଂଶୀଧର ପଣ୍ଡା ଏବଂ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ “ଶାରଳା ପୁରସ୍କାର ‘ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲସ୍ ଆଣ୍ଡ୍ ପବ୍ଳିକ୍ ∙ରିଟେବଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ୍‌) ଆନୁକୂଲ୍ୟରେ ୧୯୮୦ ମସିହାଠାରୁ ପ୍ରତିବର୍ଷ ପ୍ରଦାନ କରାଯାଇଆସୁଅଛି । ଇମ୍ପାକ୍ଟ୍‌ର ଅନ୍ୟ କାର୍ଯ୍ୟକ୍ରମ ମଧ୍ୟରେ ମୁଖ୍ୟ ହେଲା “ଏକଲବ୍ୟ ପୁରସ୍କାର’, ଯାହାକି ପ୍ରତିବର୍ଷ ଓଡିଶାର ଯୁବ କ୍ରୀଡା ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍କର୍ଷ ନିମନ୍ତେ ପ୍ରୋତ୍ସାହନ ସ୍ୱରୂପ ପ୍ରଦାନ କରାଯାଇଥାଏ ।

Leave A Reply

Your email address will not be published.