ପ୍ରମୁଖ ଖବର

ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ବହୁ ନିଖୋଜ
ଅନ୍ତର୍ଜାତୀୟ କ୍ରିକେଟ ଫର୍ମାଟରୁ ଅବସର ନେଲେ ରବିଚନ୍ଦ୍ରନ ଅଶ୍ୱିନ
ପୁଷ୍ପା-୨ ପ୍ରିମିୟର ସମୟରେ ଆହତ ହୋଇଥିବା ନାବଳକ ଗୁରୁତର
ଲଘୁଚାପ ପ୍ରଭାବରେ ୩ଦିନ ଯାଏଁ ବର୍ଷା ସମ୍ଭାବନା
ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ଓସ୍କାର ଦୌଡ଼ରୁ ବାଦ୍ ପଡ଼ିଲା ଲାପତା ଲେଡିଜ୍
ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ: ଅର୍ଥମନ୍ତ୍ରୀ
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଇଡି

ଗର୍ଭବତୀ, ବୟସ୍କଙ୍କୁ ଆଗ ଟିକା

0
  • କୋଭିଡ୍ ସମୀକ୍ଷା କରି ଚେତାଇଲେ ନବୀନ
  • ଶୀତଦିନରେ ବଢିପାରେ ସଂକ୍ରମଣ
  • ବର୍ତ୍ତମାନ ମାସ୍କ ହିଁ ଫଳପ୍ରଦ ପ୍ରତିରୋଧ

ଭୁବନେଶ୍ବର: କରୋନାର ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା ଉଜ୍ଜଳ ହୋଇଛି। ଟିକା ପ୍ରଦାନ ସମୟରେ ସ୍ବାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ। ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ସେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ।

ଆଗକୁ ଆସୁଥିବା କରୋନା ବିପଦ ସଂପର୍କରେ ସତର୍କ କରାଇ ନବୀନ କହିଥିଲେ ଯେ ଆମେରିକା ଓ ପଶ୍ଚିମ ୟୁରୋପୀୟ ଦେଶ ଏବଂ ନୂଆଦିଲ୍ଲୀରେ ଯେଭଳି କୋଭିଡର ଦ୍ବିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ। ଗୋଟିଏ ମାସ ଭିତରେ ଆମେରିକାରେ ସଂକ୍ରମଣ ତିନି ଗୁଣ ବଢିବା ରୋଗର ଗୁରୁତର ଦିଗ ପ୍ରତି ସୂଚୀତ କରୁଛି । ତେଣୁ ଆମକୁ ଶୀତ ଋତୁ ପାଇଁ ସତର୍କ ରହିବା ସହିତ କୋଭିଡ ହସ୍‌ପିଟାଲର ଆଇସିୟୁ ଗୁଡିକୁ ମଧ୍ୟ କାର୍ଯ୍ୟକ୍ଷମ ରଖାଯାଇଛି।

ଓଡ଼ିଶାର ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଏବଂ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଆମେ ଯେପରି ସଂକ୍ରମଣକୁ ନିୟନ୍ତ୍ରଣ କରିପାରିଲେ, ଟିକାକରଣ ପାଇଁ ମଧ୍ୟ ଏବେଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ, ସେ ଦିଗ ପ୍ରତି ମଧ୍ୟ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ଏବଂ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପକ୍ଷରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା କିପରି ପରିଚାଳନା କରାଯାଇପାରିବ, ସେ ସଂପର୍କରେ ବିଚାର ଆଲୋଚନା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏ ଦିଗରେ ଭାରତ ସରକାର ଏବଂ ଅନ୍ୟ ରାଜ୍ୟମାନେ କଣ ପଦକ୍ଷେପ ନେଉଛନ୍ତି, ତାକୁ ମଧ୍ୟ ବିଚାରକୁ ନେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ପୂଜା ଋତୁରେ ଜନସାଧାରଣ ଶୃଙ୍ଖଳିତ ଭାବରେ ନିୟମ ପାଳନ କରିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ନିଷ୍ଠା ଯୋଗୁ ଆଜି ଓଡିଶାରେ ଆରୋଗ୍ୟ ହାର ୯୭ ପ୍ରତିଶତ ବୃଦ୍ଧି ପାଇ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶେଷ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ଶୀତ ଋତୁରେ ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ବ୍ୟବସ୍ଥା ଏବଂ ଜୀବନଜୀବିକା ସଂପର୍କରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଙ୍କ ବିସ୍ତୃତ ଭାବରେ ଅବଗତ କରାଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ମହାପାତ୍ର ଶୃଙ୍ଖଳିତ ଟୀକାକରଣ ପାଇଁ ନିଆଯାଇଥିବା ପଦଷେପ ସଂପର୍କରେ ଉପସ୍ଥାପନା କରିଥିଲେ।

କୃଷି ଉତ୍ପାଦନ କମିଶନର ଶ୍ରୀ ରାଜକୁମାର ଶର୍ମା ରବି ଚାଷ ତଥା ଜୀବିକା ସହାୟତାରେ ଦିଆଯାଇଥିବା ମାଛ, କୁକୁଡା ଚାଷ ଆଦି ବିଷୟରେ ଉପସ୍ଥାପନ ଦେଇଥିଲେ । ମାଛ ତଥା ଅନ୍ୟାନ୍ୟ ଆନୁଷଂଗିକ ଚାଷ କ୍ଷେତ୍ରରେ ସବସିଡି ପାଇବାରେ ଯେପରି ହିତାଧିକାରୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସମବାୟ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଖରିଫ ଧାନ ସଂଗ୍ରହ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।ବର୍ତ୍ତମାନ ସୁଦ୍ଧା ୧୪ ଲକ୍ଷ ୯୭ ହଜାର ଚାଷୀ ପଞ୍ଜୀକୃତ କରିଥିବା ବେଳେ ବରଗଡ, ସମ୍ବଲପୁର, କଳାହାଣ୍ଡି ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି ଏବଂ ଡିସେମ୍ବର ମାସ ସୁଦ୍ଧା ସବୁ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ ବୋଲି ଶ୍ରୀ ସାହୁ ସୂଚନା ଦେଇଥିଲେ। ଏ ବର୍ଷ ରାଜ୍ୟରେ ପ୍ରଚୁର ଫସଲ ହୋଇଥିବାରୁ ଅନ୍ୟ ରାଜ୍ୟର ଅସାଧୁ ବ୍ୟାବସାୟୀମାନେ ଯେପରି ସଂଗ୍ରହ କାର୍ଯ୍ୟରେ ଫାଇଦା ନ ନିଅନ୍ତି, ସେଥିପ୍ରତି ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିସନର, ପୁଲିସ ମହାନିର୍ଦ୍ଦେଶକ, ସ୍ବତନ୍ତ୍ର ରିଲିଫ କମିସନର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଅଂଶଗ୍ରହଣ କରିଥିଲେ।

Leave A Reply

Your email address will not be published.