ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭରସିଟି ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ନିୟମିତ ଭାବେ ଲିଭର ପ୍ରତ୍ୟାରୋପଣ ନେଇ ଶନିବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି |
ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କ ଉପସ୍ଥିତିରେ ଏଆଇଜି ର ଲିଭର ପ୍ରତ୍ୟାରୋପଣ ନିର୍ଦେଶକ ଡାକ୍ତର ପି ବାଲଚନ୍ଦ୍ରନ ଓ ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେନଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଥିଲେ |
ଏହି ଅବସରରେ ଏଆଇଜି ର ଉପସଭାପତି ଶ୍ରୀ ସନ୍ତୋଷ କୁମାର ସାହୁ, ଏଆଇଜି ପକ୍ଷରୁ ଡାକ୍ତର ଜି.ଭି. ପ୍ରେମକୁମାର, ଡାକ୍ତର ଶକ୍ତି ସ୍ୱରୂପ ଓ ଡାକ୍ତର କ୍ରିଷ୍ଣା ଚଇତନ୍ୟ ଉପସ୍ଥିତ ଥିବାବେଳେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଗ୍ୟାଷ୍ଟ୍ରୋଏନଟେରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ମନୋଜ କୁମାର ସାହୁ ଏବଂ ଅନ୍ୟ ଡାକ୍ତର ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ |
ଗତ ମାର୍ଚ୍ଚ ମାସରେ ଓଡିଶାରେ ପ୍ରଥମ ଥର ପାଇଁ ଆଇଏମଏସ ଓ ସମ ହସ୍ପିଟାଲରେ ସଫଳତାର ସହ ପ୍ରଥମ ଲିଭର ପ୍ରତ୍ୟାରୋପଣ ସମ୍ପନ୍ନ ହୋଇଥିଲା |
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ