ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

‘ଏମିତି ବିକାଶ କେବେ ହୋଇନଥିଲା’

0
  • ମୁଖ୍ୟମନ୍ତ୍ରୀଙ୍କୁ କହିଲେ ଶ୍ରୀଲିଙ୍ଗରାଜଙ୍କ ସେବାୟତ
  • ଏକାମ୍ରକ୍ଷେତ୍ର ପ୍ରକଳ୍ପ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ
  • ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ ଖୁବ ଶୀଘ୍ର

ଭୁବନେଶ୍ବର: ପୂର୍ବରୁ ଅନେକ ସରକାର ଶାସନ କରିଛନ୍ତି। ଆମେ ବହୁତ ମନ୍ତ୍ରିମଣ୍ଡଳ ଦେଖିଛୁ। କିନ୍ତୁ ପୁରୁଣା ଭୁବନେଶ୍ବର, ବିନ୍ଦୁସାଗର, ଲିଙ୍ଗରାଜ ମନ୍ଦିରର ବିକାଶ ପାଇଁ କେହି ଏମିତି କରିନଥିଲେ। ଆପଣଙ୍କୁ ମହାପ୍ରଭୁ ଲିଙ୍ଗରାଜ ଦୀର୍ଘାୟୁ କରନ୍ତୁ। ଆପଣ ଏମିତି ଶାସନ କରୁଥାନ୍ତୁ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ରକ୍ଷେତ୍ର ବୁଲି ଦେଖିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିର ସାମ୍ନାରେ ସେବାୟତମାନେ ଏଭଳି ଢଙ୍ଗରେ ଆଶୀର୍ବାଦ ଦେଇଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ।

ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।

ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିସନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିସନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.