ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି ।
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍ ଡିପୋ ଏବଂ ଅନ୍ୟଟି ବରମୂଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ । ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ଯ୍ୟ ସହିତ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ।
ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି । ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି । ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସର୍ବଶ୍ରୀ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପ୍ରମୁଖ ଖବର
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି